ମୌସୁମୀ ଓ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଜୁଲାଇ ୧୧: ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଉତ୍ତର ଆନ୍ଧ୍ର୍ରପ୍ରଦେଶ ଉପରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବସ୍ଥିତ ରହିଛି । ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଢଳିବା ସହିତ ସମୁଦ୍ର ପତନରୁ ୭.୬ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ସେହିପରି ମୌସୁମୀ ଟ୍ରଫ୍‌ ବର୍ତ୍ତମାନ ବଲାଙ୍ଗୀର ଉପର ଦେଇ ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି ଏବଂ […]

Samaya Live Picture
Published On

ଭୁବନେଶ୍ୱର:ଜୁଲାଇ ୧୧: ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଉତ୍ତର ଆନ୍ଧ୍ର୍ରପ୍ରଦେଶ ଉପରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବସ୍ଥିତ ରହିଛି । ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଢଳିବା ସହିତ ସମୁଦ୍ର ପତନରୁ ୭.୬ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ସେହିପରି ମୌସୁମୀ ଟ୍ରଫ୍‌ ବର୍ତ୍ତମାନ ବଲାଙ୍ଗୀର ଉପର ଦେଇ ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି ଏବଂ ତାପରେ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି । ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୨ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, କୋରାପୁଟ, ରାୟଗଡ଼ା ଏବଂ ମାଲକାନାଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ କଟକ, ଢେଙ୍କାନାଳ, ଅନୁଗୁଳ, ମୟୂରଭଂଜ, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, ଯାଜପୁର, ନୟାଗଡ଼, ଭଦ୍ରକ, ବଲାଙ୍ଗୀର, ସୋନପୁର, ପୁରୀ, ଖୋର୍ଦ୍ଧା ଏବଂ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।