ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଜପତି : ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଷ୍ଟାଫ କ୍ୱାର୍ଟର୍ସରୁ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଗଣେଶ ବେହେରା ବୋଲି ଜଣାପଡିଛି । ଗତକାଲି ଗଣେଶ ରାତି ପ୍ରାୟ ୯ଟା ସମୟରେ ଡ୍ୟୁଟି ସାରି ରହୁଥିବା ସରକାରୀ ବାସଭବନକୁ ଆସିଥିଲେ। ରାତି ପ୍ରାୟ ୧୧ଟା ସମୟରେ ତାଙ୍କର ସାଙ୍ଗମାନେ ଗଣେଶଙ୍କୁ ଖାଇବାକୁ ଡାକିଥିଲେ। ହେଲେ ଗଣେଶ କବାଟ ଖୋଲି […]

Samaya Live Picture
Published On

ଗଜପତି : ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଷ୍ଟାଫ କ୍ୱାର୍ଟର୍ସରୁ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଗଣେଶ ବେହେରା ବୋଲି ଜଣାପଡିଛି । ଗତକାଲି ଗଣେଶ ରାତି ପ୍ରାୟ ୯ଟା ସମୟରେ ଡ୍ୟୁଟି ସାରି ରହୁଥିବା ସରକାରୀ ବାସଭବନକୁ ଆସିଥିଲେ। ରାତି ପ୍ରାୟ ୧୧ଟା ସମୟରେ ତାଙ୍କର ସାଙ୍ଗମାନେ ଗଣେଶଙ୍କୁ ଖାଇବାକୁ ଡାକିଥିଲେ। ହେଲେ ଗଣେଶ କବାଟ ଖୋଲି ନଥିଲେ। କବାଟ ନ ଖୋଲିବାରୁ ଅନ୍ୟକର୍ମଚାରୀମାନେ କବାଟ ଭାଙ୍ଗି ଦେଖିବା ବେଳେ ଗଣେଶଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ। ଖବର ପାଇ ଖଜୁରୀପଦା ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Tags: