ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ,ଡ୍ରାଇଭର ମୃତ ୧୦ ଆହତ

ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ,ଡ୍ରାଇଭର ମୃତ ୧୦ ଆହତ
Samaya Live News Picture
Published On

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାରେ ମର୍ମନ୍ତୁଦ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇ ଡ୍ରାଇଭର ମୃତ । ଆଜି ଭୋର ସମୟରେ ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି l ଭାରସାମ୍ୟ ହରାଇ ପୋଲ ଉପରେ ଥିବା ଡିଭାଇଡର ଉପରକୁ ବସ ଚଢ଼ିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି ।  

ସୂଚନାନୁସାରେ,ଆଜି ଭୋର ସମୟରେ ୫୦ ଜଣ ଯାତ୍ରୀଙ୍କୁ ନେଇ ଶ୍ରୀ ଭେଙ୍କେଟଲକ୍ଷ୍ମୀ ନାମକ ଏକ ତୀର୍ଥଯାତ୍ରୀ ବସ ପଶ୍ଚିମବଙ୍ଗରୁ ଆନ୍ଧ୍ରକୁ ଯାଉଥିଲା l ସେହି ସମୟରେ ଖନ୍ତାପଡ଼ା ଥାନା ବାହାନଗା ଛକ ନିକଟରେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଡ଼ିଯାଇଥିଲା ବସ।ଫଳରେ ବସରେ ଥିବା ଡ୍ରାଇଭର ପୋଲକୁ ବାଡେଇ ହୋଇ ୩୦ ଫୁଟ ପୋଲ ତଳକୁ ଖସି ପଡ଼ିଥିବା ବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ଏବଂ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣା ଶବ୍ଦ ଶୁଣି ସ୍ଥାନୀୟ ଗ୍ରାମବାସୀଙ୍କ ସହ ଖନ୍ତାପଡ଼ା ପୁଲିସ,ବାହାନଗା ଅଗ୍ନିଶମ ବିଭାଗ,ଜାତୀୟ ରାଜପଥ ପୁଲିସ ମିଳିତ ଭାବେ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି  ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ  l ଅନ୍ୟମାନଙ୍କୁ ବାହାନଗା ହାଇସ୍କୁଲରେ ରଖାଯାଇଛି ଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସେମାନଙ୍କୁ ସୁରକ୍ଷିତ ଭାବରେ ନିଜ ନିଜ ସ୍ଥାନକୁ ପଠାଇବା ପାଇଁ ବ୍ୟବସ୍ଥା କରାଯାଉଛି l

Tags: