ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ,୧୯ ଯାତ୍ରୀ ଆହତ , ୩ ଗୁରୁତର
ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଏହି ମର୍ମନ୍ତୁଦ ଘଟଣା ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ୧୬ ନଂ ଜାତୀୟ ରାଜପଥର ସାହାପୁର ନିକଟରେ I ଫଳରେ ବସ୍ରେ ଥିବା ୮୦ ଜଣ ଯାତ୍ରୀଙ୍କ ମଧ୍ୟରୁ ଅନେକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରେ ୩ ଜଣ ଯାତ୍ରୀଙ୍କର ଅବସ୍ଥା ଗୁରୁତର ରହିଛି I ସୂଚନା ମୁତାବକ, ସାହାରା ନାମକ […]
ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଏହି ମର୍ମନ୍ତୁଦ ଘଟଣା ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ୧୬ ନଂ ଜାତୀୟ ରାଜପଥର ସାହାପୁର ନିକଟରେ I ଫଳରେ ବସ୍ରେ ଥିବା ୮୦ ଜଣ ଯାତ୍ରୀଙ୍କ ମଧ୍ୟରୁ ଅନେକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରେ ୩ ଜଣ ଯାତ୍ରୀଙ୍କର ଅବସ୍ଥା ଗୁରୁତର ରହିଛି I
ସୂଚନା ମୁତାବକ, ସାହାରା ନାମକ ଏକ ଘରୋଇ ବସରେ ଉତ୍ତରପ୍ରଦେଶର ୮୦ ଜଣ ତୀର୍ଥଯାତ୍ରୀ ପୁରୀ ଆସିଥିଲେ। ଆଜି ଭୋର ସମୟରେ ବସଟି ପୁରୀରେ ଜଗନ୍ନାଥ ଦର୍ଶନ ସାରି ଉତ୍ତରପ୍ରଦେଶ ଫେରୁଥିବା ସମୟରେ ଯାଜପୁର ସାହାପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ବସ୍ରେ ଥିବା ଅଧିକାଂଶ ଯାତ୍ରୀ ଆହତ ହୋଇଥିଲେ। ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକେ ନିକଟସ୍ଥ ପାଣିକୋଇଲି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଯାଜପୁର ରୋଡ ମେଡିକାଲକୁ ପଠାଇଥିଲେ। ତେବେ ଆହତଙ୍କ ମଧ୍ୟରୁ ୨ ମହିଳା ଓ ଜଣେ ପୁରୁଷଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।




