ରାଉରକେଲାରେ ବିମାନ ଦୁର୍ଘଟଣା, ୬ ଆହତ
ରାଉରକେଲା : ରାଉରକେଲା ରଘୁନାଥପାଲ୍ଲୀରେ ବିମାନ ଦୁର୍ଘଟଣା । ଏଥିରେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଜଳଦା ବ୍ଲକ ଏ' ରେ ଏକ ଛୋଟ ବିମାନ ଦୁର୍ଘଟଣା ହୋଇଥିବା ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । ବିମାନଟି ୯ ସିଟର ଥିଲା । ଏହା ରାଉରକେଲାରୁ ଭୁବନେଶ୍ୱର ଆସୁଥିବାବେଳେ ଉଡାଣ ଭରିବାର ୧୦ କି.ମି.ଉର୍ଦ୍ଧ୍ବକୁ ଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର ସଠିକ କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ବରିଷ୍ଠ ଅଧିକାରୀମାନେ ପହଞ୍ଚି ତଦନ୍ତ କରୁଛନ୍ତି । ଆହତ ହୋଇଥିବା ସମସ୍ତ ୬ଜଣ ଏବେ ସୁରକ୍ଷିତ ଅଛନ୍ତି । ରଘୁନାଥପୁର ପୁଲିସ ପହଞ୍ଚି ତଦନ୍ତ କରୁଛି ।
ସେପଟେ ଦୁର୍ଘଟଣାର ଖବର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଇ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ରାଉରକେଲାଠାରେ ଘଟିଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଖବର ଆଶ୍ୱସ୍ତିକର। ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛି। ମୁଁ ବ୍ୟକ୍ତିଗତ ଭାବେ ସ୍ଥିତି ଉପରେ ନଜର ରଖିଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।



