ପ୍ରବାସୀ ଭାରତୀୟ ଦିବସ ପାଇଁ ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଜନତା ମୈଦାନରେ ଆରମ୍ଭ ହୋଇଛି ପ୍ରଭାସୀ ଭାରତୀୟ ସମ୍ମିଳନୀ । ଯୋଗ ଦେବାପାଇଁ ବୁଧବାର ରାତି ୮.୧୫ ସମୟରେ ଭୁବନେଶ୍ୱରରେ ପହଂଚିଛନ୍ତି ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି I ଆସନ୍ତାକାଲି ସକାଳେ ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀ ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ […]

Samaya Live Picture
Published On

ଭୁବନେଶ୍ୱର : ଜନତା ମୈଦାନରେ ଆରମ୍ଭ ହୋଇଛି ପ୍ରଭାସୀ ଭାରତୀୟ ସମ୍ମିଳନୀ । ଯୋଗ ଦେବାପାଇଁ ବୁଧବାର ରାତି ୮.୧୫ ସମୟରେ ଭୁବନେଶ୍ୱରରେ ପହଂଚିଛନ୍ତି ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି I ଆସନ୍ତାକାଲି ସକାଳେ ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ।

ପ୍ରଧାନମନ୍ତ୍ରୀ ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ବାହାରେ ପାରମ୍ପରିକ ବାଦ୍ୟ ଓ ନୃତ୍ୟର ଆୟୋଜନ କରାଯାଇଥିଲା। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ମୋଦୀ ରାଜଭବନକୁ ଯାଇଛନ୍ତି। ସେଠାରେ ରାତ୍ରିଯାପନ କରିବେ। ୯ ତାରିଖ ପୂର୍ବାହ୍ନ ୯ଟା ୪୫ରେ ସେ ରାଜଭବନରୁ ବାହାରି ଜତନା ମଇଦାନ ଅଭିମୁଖେ ଯିବେ। ସେଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ସେ ପ୍ରବାସୀ ଭାରତୀୟମାନଙ୍କ ସହିତ ସମୟ ବିତାଇବେ । ଏହା ପରେ ପୂର୍ବାହ୍ନ ୧୧ଟା ୫୫ ମିନିଟରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Tags: