ପିଏମ୍ ଆବାସ ବଣ୍ଟନ, ଯୋଗଦେଲେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ
ବଲାଙ୍ଗିର : ରାଜ୍ୟରେ ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ ଆବାସ) ଅଧୀନରେ ଗୃହ ବଣ୍ଟନ ପ୍ରକ୍ରିୟା । ବଲାଙ୍ଗିରରେ ଆୟୋଜିତ ଏକ ରାଜ୍ୟସ୍ତରୀୟ ମେଗା କାର୍ଯ୍ୟକ୍ରମରୁ ଏହାର ଶୁଭାରମ୍ଭ କରାଯାଇଛି । ଆଜି ବଲାଙ୍ଗିର ପଥରଚେପା ପଡ଼ିଆରେ ରାଜ୍ୟସ୍ତରୀୟ ପ୍ରଧାନମନ୍ତ୍ରୀ ଆବାସ (ଗ୍ରାମୀଣ) ବଣ୍ଟନ କାର୍ଯ୍ୟକ୍ରମରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲା ପାଇଁ ୯୧୧.୧୪ କୋଟି ଟଙ୍କା ବ୍ୟୟ ଅଟକଳ ମୂଲ୍ୟ ୨୪୮ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହ କେନ୍ଦ୍ର ପକ୍ଷରୁ ରାଜ୍ୟକୁ ମିଳିଥିବା ପ୍ରଧାନମନ୍ତ୍ରୀ ଆବାସ (ଗ୍ରାମୀଣ) ଯୋଜନାକୁ ରିମୋଟ ବଟନ୍ ଦବାଇ ଶୁଭାରମ୍ଭ କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହଲିଙ୍ଗ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାତିରାଜରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ସହ ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ, କଂଟାବାଞ୍ଜି ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଲକ୍ଷ୍ମଣ ବାଗ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ, ପଞ୍ଚାୟତି ରାଜ ବିଭାଗ ସଚିବ ରୁପା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।




