ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଟାସ୍କ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି । ଏହା ପରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ପ୍ରବାସୀଙ୍କୁ ସ୍ବାଗତ । ଓଡ଼ିଶାର ଭୂମି ଭାରତର ସମୃଦ୍ଧ […]
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି ।
ଏହା ପରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ପ୍ରବାସୀଙ୍କୁ ସ୍ବାଗତ । ଓଡ଼ିଶାର ଭୂମି ଭାରତର ସମୃଦ୍ଧ ବୈଭବର ପ୍ରତୀକ । ଓଡ଼ିଶାର ଐତିହ୍ୟ ଓ ଭାସ୍କର୍ଯ୍ୟ ପ୍ରତ୍ୟେକଙ୍କୁ ଗର୍ବିତ କରେ । ଆପଣମାନଙ୍କ ପାଇଁ ମୁଁ ଆଜି ବିଦେଶରେ ଗର୍ବିତ। ଭାରତୀୟମାନେ ଯେଉଁଠିକି ଯାଆନ୍ତି ସେଠିକାର ନିୟମ ସହ ଯୋଡ଼ି ହୋଇଯାଆନ୍ତି। ପ୍ରବାସୀଙ୍କ ସମସ୍ୟା ଦୂର କରିବା ଆମର ଦାୟିତ୍ୱ। ପ୍ରବାସୀଙ୍କ ସମୃଦ୍ଧି ଓ ସୁରକ୍ଷା ଉପରେ ଆମେ ଗୁରୁତ୍ୱ ଦେଉଛୁ।
ପୂର୍ବରୁ ପ୍ରବାସୀମାନେ ସାହାଯ୍ୟ କରୁଥିଲେ। ଏବେ ସମୟ ବଦଳିଛି। ଆମେ ପ୍ରବାସୀଙ୍କୁ ଗୁରୁତ୍ୱ ଦେଉଛୁ।ଆପଣଙ୍କ ଯୋଗଦାନ ବିକଶିତ ଭାରତ ଯାତ୍ରାକୁ ଆହୁରି ଶକ୍ତି ଦେବ। ଆପଣ ଛୋଟ ଛୋଟ ସହରରେ ନିଜ ପିଲାଙ୍କୁ ବୁଲାନ୍ତୁ। ଅତିକମ୍ରେ ନିଜର ୫ ଜଣ ବନ୍ଧୁଙ୍କୁ ସାଙ୍ଗରେ ଆଣନ୍ତୁ। ଭାରତର ପ୍ରକୃତ ଇତିହାସକୁ ଆଗକୁ ଆଣନ୍ତୁ। ଯେଉଁଠି ବି ରୁହନ୍ତୁ ଆମର ପ୍ରକୃତ ଇତିହାସ ଜଣାନ୍ତୁ। ଯେଉଁଠି ରହୁଛନ୍ତି, ସେଠି ପୁରସ୍କାର ସମାରୋହ ଆୟୋଜନ କରାନ୍ତୁ। ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଥିବା ମୂଳ ନିବାସୀଙ୍କୁ ପୁରସ୍କୃତ କରନ୍ତୁ। ଏଥିରେ ଆପଣଙ୍କୁ ଭାରତୀୟ ଦୂତାବାସ ସହଯୋଗ କରିବ।




