ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୁଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୁଲିସ୍‌ କର୍ମଚାରୀ

ଭୁବନେଶ୍ବର : ବରମୁଣ୍ଡା ବସ୍‌ ଟର୍ମିନାଲରେ ହେବ ପୁଲିସ୍‌ ଆଉଟପୋଷ୍ଟ I ଏଥିରେ ୮୯ ଜଣ ପୁଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀଙ୍କର ସୁରକ୍ଷାକୁ ସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଏହି ବଡ଼ ଘେଷଣା କରିଛନ୍ତି I ୮୯ ଜଣ ପୋଲିସ କର୍ମଚାରୀଙ୍କ ମଧ୍ୟରୁ ୨ ଜଣ ସବ ଇନିସ୍ପେକଟର ୯ ଜଣ ଆସିଷ୍ଟାଣ୍ଟ ସବ ଇନିସ୍ପେକଟର ୪ ଜଣ ହାବିଲଦାର ୭୨ […]

Samaya Live Picture
Published On

ଭୁବନେଶ୍ବର : ବରମୁଣ୍ଡା ବସ୍‌ ଟର୍ମିନାଲରେ ହେବ ପୁଲିସ୍‌ ଆଉଟପୋଷ୍ଟ I ଏଥିରେ ୮୯ ଜଣ ପୁଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀଙ୍କର ସୁରକ୍ଷାକୁ ସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଏହି ବଡ଼ ଘେଷଣା କରିଛନ୍ତି I

୮୯ ଜଣ ପୋଲିସ କର୍ମଚାରୀଙ୍କ ମଧ୍ୟରୁ ୨ ଜଣ ସବ ଇନିସ୍ପେକଟର ୯ ଜଣ ଆସିଷ୍ଟାଣ୍ଟ ସବ ଇନିସ୍ପେକଟର ୪ ଜଣ ହାବିଲଦାର ୭୨ ଜଣ କନଷ୍ଟେବଳ ଏବଂ ୨ ଜଣ ଡ୍ରାଇଭର ରହିବେ I

୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ ଯେ ୫ଟି ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।

ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ପିକ ଅପ ଏବଂ ଡ୍ରପ ଅଫ ର ସୁବିଧା, ୧୪୪ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି।

Tags: