କନ୍ଧମାଳରେ ବିପୁଳ ପରିମାଣର ଗଞ୍ଜେଇ ଜବତ: ପୋଲିସ ପାଇଁ ବଡ ସଫଳତା

କନ୍ଧମାଳ: ଆଜି କନ୍ଧମାଳ ଜିଲ୍ଲା ପୋଲିସ 5 ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ 10 ହଜାର 852 କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବାବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳତା ହାସଲ କରିଛି।ଉଲ୍ଲେଖଯୋଗ୍ୟ ଯେ,କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଶ୍ରୀ […]

କନ୍ଧମାଳରେ ବିପୁଳ ପରିମାଣର ଗଞ୍ଜେଇ ଜବତ: ପୋଲିସ ପାଇଁ ବଡ ସଫଳତା
Samaya Live Picture
Published On

କନ୍ଧମାଳ: ଆଜି କନ୍ଧମାଳ ଜିଲ୍ଲା ପୋଲିସ 5 ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ 10 ହଜାର 852 କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବାବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳତା ହାସଲ କରିଛି।ଉଲ୍ଲେଖଯୋଗ୍ୟ ଯେ,କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁଯାୟୀ, କନ୍ଧମାଳ ଏସପି ବି. ସି. ହରିଶ ଏକ ସ୍ୱତନ୍ତ୍ର ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ।

ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି, ଫିରିଙ୍ଗିଆ ଥାନା ଅଧୀନରେ ଥିବା କାସିନପଦର ଗ୍ରାମ ପଞ୍ଚାୟତର ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି,ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ଗ୍ରାମ ପଂଚାୟତ ମିନିଆକଟି ଜଙ୍ଗଲରୁ 2052 କେଜି,ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦ କେଜି ଜବତ କରାଯାଇଛି। ସମୁଦାୟ ୧୦,୮୫୨ କେଜି ଜବତ କରା ଯାଇଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରା ଯାଇଛି। ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି ଏବଂ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି।

ସୂଚନା ଯୋଗ୍ୟ ଯେ,ନିଶା ବେପାରୀ ମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି। ଏ ସମ୍ପର୍କରେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।

Tags: