ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ପିଏସଓ ଗୁରୁତର

ସମ୍ବଲପୁର :ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର । ଗତକାଲି ବିଳମ୍ବିତ ରାତିରେ ରେଢାଖୋଲ ବେଲଡିହି ନିକଟରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ଦେଇଛି। ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଉଭୟଙ୍କୁ ରେଢାଖୋଲରେ ପ୍ରାଥମିକ ଚିକିତ୍ସା ପରେ ସମ୍ବଲପୁରରେ ଏକ ଘରୋଇ ହସ୍ପିଟାଲରେ […]

Samaya Live Picture
Published On

ସମ୍ବଲପୁର :ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର । ଗତକାଲି ବିଳମ୍ବିତ ରାତିରେ ରେଢାଖୋଲ ବେଲଡିହି ନିକଟରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ଦେଇଛି। ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଉଭୟଙ୍କୁ ରେଢାଖୋଲରେ ପ୍ରାଥମିକ ଚିକିତ୍ସା ପରେ ସମ୍ବଲପୁରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁଣ୍ଡ,ଆଖି,ନାକରେ ଗୁରୁତର ଆଘାତ ଲାଗିଛି I ବର୍ତ୍ତମାନ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି I

ସୂଚନାଅନୁଯାୟୀ ଗତକାଲି ନବୀନ ନିବାସରେ ଦଳୀୟ ବୈଠକରେ ଯୋଗ ଦେଇ ପ୍ରସନ୍ନ ଆଚାର୍ଯ୍ୟ ବରଗଡ଼ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ରେଢ଼ାଖୋଲ ପୋଲିସ ପହଂଚି ଦୁର୍ଘଟଣାଗ୍ରସ୍ତ ଦୁଇ ଗାଡ଼ି ଜବତ କରିବା ସହ ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

Tags: