ପ୍ରଥମାଷ୍ଟମୀ 

ପ୍ରଥମାଷ୍ଟମୀ 
Ipsita Picture
By: Ipsita


ଓଡ଼ିଶାର ପୁରପଲ୍ଲୀରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ ପର୍ବ । ଯେଉଁ ପର୍ବରେ ଘରର ପ୍ରଥମାଙ୍କୁ ଶ୍ରଦ୍ଧାର ସହିତ ପୂଜା କରାଯିବା ସହିତ ସେମାନଙ୍କ ଦାୟିତ୍ୱ ସମ୍ପର୍କରେ ଅବଗତ କରାଯାଇଥାଏ । ଏହି ପର୍ବର ବିଶେଷତ୍ୱ ଖୁବ ସ୍ୱତନ୍ତ୍ର ।
 
ମାର୍ଗଶିରମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥିରେ ପାଳନ କରାଯାଇଥାଏ ପ୍ରଥମାଷ୍ଟମୀ ପର୍ବ । ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ, ଯାହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ । ଏହି ଦିନ ଲିଙ୍ଗରାଜ ମହାପ୍ରଭୁଙ୍କର ଏକ ଯାତ୍ରା ମଧ୍ୟ ପାଳନ କରାଯାଇଥାଏ ।

Read More ୬ ମାସରେ ସମାଧାନ ହେବ ରାଜସ୍ଵ ବିଭାଗର ସବୁ ମାମଲା - ରାଜସ୍ବ ମନ୍ତ୍ରୀ

111111111
ପରମ୍ପରା
ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନଙ୍କୁ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା'ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ "ପଢୁଆଁ ହେବା' କହିଥାନ୍ତି । "ପଢୁଆଁ' ଶବ୍ଦଟି "ପ୍ରଥମା'ର ଅପଭ୍ରଂଶ । ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁ ଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ)ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ । ତେଣୁ ତାଙ୍କୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।
ଅଷ୍ଟମୀ ପିଠା
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ । କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।

Read More +୨ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅବଧି ବୃଦ୍ଧି

 

Read More ନକ୍ସଲଙ୍କୁ ଆତ୍ମସମର୍ପଣ ପାଇଁ ଅପିଲ୍‌ କଲେ ମାଓନେତା

Enduri_Pitha


ଅନ୍ୟ ବୈଶିଷ୍ଟ୍ୟ
ଓଡ଼ିଶାରେ ପ୍ରଥମାଷ୍ଟମୀ ଦିନ ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ । ଲିଙ୍ଗରାଜ ମହାପ୍ରଭୁ ଏହିଦିନ ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠ (ଲିଙ୍ଗରାଜ ମନ୍ଦିର ସଂଲଗ୍ନ)କୁ ଯାଆନ୍ତି ପଢୁଆଁ ହେବା ପାଇଁ । ଏହି ଦିନ ଶ୍ରୀମନ୍ଦିରରେ ମଧ୍ୟ ପ୍ରଥମାଷ୍ଟମୀ ନୀତି ସମାପନ ହୋଇଥାଏ ।

Tags: