୧୨ ଘଣ୍ଟାରେ ଅବପାତ , ଆଗାମୀ ୪ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ଫଳରେ ରାଜ୍ୟର ୨୨ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି । ସେଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୨୪ ଘଣ୍ଟାରେ […]
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ଫଳରେ ରାଜ୍ୟର ୨୨ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି । ସେଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ । ଯାହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ଦୁଇଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ଆଶଙ୍କା ରହିଛି। ଏମିତିକି ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।
ଶୁକ୍ରବାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏହି ଜିଲ୍ଲାଗୁଡ଼କିରେ ୭-୨୦ ସେମି ବର୍ଷା ସହ କିଛିକିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ସେହିପରି କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି । ଲଘୁଚାପ ଓ ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରୁ ନେଇ ଉତ୍ତର ଓ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।




