ଅବପାତରେ ପରିଣତ ହେଉଛି ଲଘୁଚାପ,୩ରେ ନେବ ବାତ୍ୟାରୂପ
ଭୁବନେଶ୍ୱର :ବଙ୍ଗୋପସାଗରରେ ଦାନ ବାନ୍ଧୁଛି ଲଘୁଚାପ । ସୁଦୃଶ୍ୟ ଲଘୁଚାପଟି ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେଇପାରେ । ପରବର୍ତ୍ତୀ ସମୟରେ ୩ ତାରିଖଦିନ ବାତ୍ୟାରେ ରୂପାନ୍ତରଣ ସମ୍ଭାବନା ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ପୁଡୁଚେରୀଠାରୁ ୭୯୦,ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ଅବପାତଟି କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ ୩ ତାରିଖ […]
ଭୁବନେଶ୍ୱର :ବଙ୍ଗୋପସାଗରରେ ଦାନ ବାନ୍ଧୁଛି ଲଘୁଚାପ । ସୁଦୃଶ୍ୟ ଲଘୁଚାପଟି ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେଇପାରେ । ପରବର୍ତ୍ତୀ ସମୟରେ ୩ ତାରିଖଦିନ ବାତ୍ୟାରେ ରୂପାନ୍ତରଣ ସମ୍ଭାବନା ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।
ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ପୁଡୁଚେରୀଠାରୁ ୭୯୦,ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ଅବପାତଟି କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ ୩ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗାପସାଗରରେ ବାତ୍ୟା ସୃଷ୍ଟି ହେବ । ୪ ତାରିଖ ସନ୍ଧ୍ୟାରେ ଉପକୂଳ ଛୁଇଁବ । ଚେନ୍ନାଇ ଓ ମଚ୍ଛଲିପଟନମ୍ ମଝିରେ ବାତ୍ୟା ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଡିସେମ୍ବର ପହିଲାରୁ କେନ୍ଦ୍ରୀୟ ବଙ୍ଗୋପ ସାଗର ତଥା ତତ ସଂଲଘ୍ନ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବୋହିପାରେ । ୨ ତାରିଖରେ ପବନର ବେଗ ଘଣ୍ଟା ପ୍ରତି ୭୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ।
ଫଳରେ ଏହା ଡିସେମ୍ବର ୩ ତାରିଖ ବେଳକୁ ବାତ୍ୟାର ରୂପ ନେଇ,୪ ଓ ୫ ତାରିଖରେ ଦକ୍ଷିଣ ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ଓ ୬ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଡିସେମ୍ବର ୧ ରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଯେଉଁମାନେ ଯାଇଛନ୍ତି,ସେମାନଙ୍କୁ ଫେରି ଆସିବାକୁ ଅନୁରୋଧ କରା ଯାଇଛି ।
କୃଷକମାନଙ୍କ ପାଇଁ ଏ ସମ୍ପର୍କିତ ସତର୍କ ସୂଚନା ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଚିଥିବା ଧାନକୁ କାଟି ଆଣିବାକୁ କୁହାଯାଇଛି । ମେଘୁଆ ପାଗ ଯୋଗୁଁ ସମ୍ଭାବ୍ୟ ରୋଗପୋକ ପ୍ରତି ଧ୍ୟାନ ଦେବାକୁ କୁହାଯାଇଛି । ତେବେ ପବନକୁ ନେଇ ଭୟଭୀତ ନହେବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ ।




