ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ବାଲେଶ୍ୱର : ଯାଜପୁରରେ କାର୍ଯ୍ୟକ୍ରମ ସାରି ବାଲେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫକୀରମୋହନ ବିଶ୍ବବିଦ୍ୟାଳୟ ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଛନ୍ତି । ପ୍ରଥମେ ମୁଖ୍ୟ ଫାଟକ ସମ୍ମୁଖରେ ରହିଥିବା ବ୍ୟାସ କବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପ୍ରଦାନ କରିଛନ୍ତି । ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ଡ଼ଃ ହରିବାବୁ କମ୍ବମପାଟି, କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ, କୁଳସଚିବ କୁକୁମୀନା ଦାସ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ପରେ ସଂଧ୍ଯା ୬ଟା ସୁଦ୍ଧା ପୁରୀ ତାଳବଣିଆ ହେଲିପ୍ଯାଡରେ ପହଞ୍ଚିବେ ରାଷ୍ଟ୍ରପତି । ପୁରୀ ଲୋକ ଭବନ ଯାଇ ରାତ୍ରୀଯାପନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବାଲେଶ୍ବର ସହରରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବାଲେଶ୍ବର ସହରରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି । ଏହା ପୂର୍ବରୁ ଯାଜପୁର ଯାଇ ମାଆ ବିରଜାଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି । ମାଆଙ୍କୁ ଦର୍ଶନ ସହିତ ନାଭିଗୟାରେ ପିଣ୍ଡଦାନ କରିଛନ୍ତି  । 

ସମ୍ବନ୍ଧିତ ଖବର ଇଡିରେ ହାଜର ହେଲେ ବାଲି ମାଫିଆ ବିଶ୍ୱଜିତ ପାତ୍ର

Tags: