ଆଜି ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ,ପ୍ରବାସୀ ଭାରତୀୟ ଦିବସ ଉଦଯାପନୀ ସମାରୋହରେ ଯୋଗଦେବେ
ଭୁବନେଶ୍ୱର : ଆଜି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ୪ଟା ୩୫ରେ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ସେଠାରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ୧୧ଟା ବେଳକୁ ରାଜଭବନରୁ ସମ୍ମିଳନୀସ୍ଥଳ ଅଭିମୁଖେ ବାହାରିବେ। ସମାରୋହରେ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିବେ। ଏହାସହ ୧୭ଜଣ ପ୍ରବାସୀ ଭାରତୀୟଙ୍କୁ ପୁରସ୍କୃତ କରିବେ। ସେଠାରେ ପ୍ରାୟ ୫ଘଣ୍ଟା ବିତାଇବା ପରେ ପୁଣି ବିମାନବନ୍ଦର ଅଭିମୁଖେ ବାହାରିବେ। ରାଷ୍ଟ୍ରପତିଙ୍କ କାରକେଡ ଯିବା ପାଇଁ ଦିନ ୧୧ଟା […]
ଭୁବନେଶ୍ୱର : ଆଜି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ୪ଟା ୩୫ରେ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ସେଠାରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ୧୧ଟା ବେଳକୁ ରାଜଭବନରୁ ସମ୍ମିଳନୀସ୍ଥଳ ଅଭିମୁଖେ ବାହାରିବେ। ସମାରୋହରେ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିବେ। ଏହାସହ ୧୭ଜଣ ପ୍ରବାସୀ ଭାରତୀୟଙ୍କୁ ପୁରସ୍କୃତ କରିବେ। ସେଠାରେ ପ୍ରାୟ ୫ଘଣ୍ଟା ବିତାଇବା ପରେ ପୁଣି ବିମାନବନ୍ଦର ଅଭିମୁଖେ ବାହାରିବେ। ରାଷ୍ଟ୍ରପତିଙ୍କ କାରକେଡ ଯିବା ପାଇଁ ଦିନ ୧୧ଟା ୨୦ ମିନିଟରୁ ୧୧ଟା ୫୦ ମିନିଟ ଯାଏଁ ରାଜଭବନରୁ ନାଲକୋ ଛକ ରାସ୍ତା ସଂପୂର୍ଣ୍ଣ ବନ୍ଦ କରାଯିବ।
ଭୁବନେଶ୍ଵର ଜନତା ମୈଦାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଚାଲିଛି। ଆଜି ଦ୍ଵିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଆସନ୍ତାକାଲି ଉଦଯାପନୀ ଦିବସ ରହିଛି। ଏହି ଅବସରରେ ଆଜି ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି।
ବୁଧବାର ରାଷ୍ଟ୍ରପତି ମେଘାଳୟର ଆଇସିଏଆର ଗବେଷଣା କମ୍ପେ୍ଲକ୍ସର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଥିଲେ। ଆଜି ସେ ଗୁଜୁରାଟ ବୌହାଟୀ ବିମାନ ବନ୍ଦରରୁ ବାହୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ଵର ଅଭିମୁଖେ ବାହାରିବେ। ଅପରାହ୍ନ ୪ଟା ୩୫ ରେ ସେ ବିମାନ ବନ୍ଦରରେ ପହଞ୍ଚିବେ। ଏଥିଲାଗି ୪ଟା ୨୦ରୁ ୪ଟା ୫୦ ମିନିଟ୍ ପର୍ଯ୍ୟନ୍ତ ଏୟାରପୋର୍ଟରୁ ରାଜଭବନ ରାସ୍ତା ବନ୍ଦ ରଖାଯିବ। ଶୁକ୍ରବାର ସକାଳ ୧୧ଟାରେ ସମ୍ମିଳନୀ ସ୍ଥଳକୁ ବାହାରିବେ। ସେଠାରେ ପ୍ରାୟ ୫ ଘଣ୍ଟା ବିତାଇବା ପରେ ପୁଣି ବିମାନ ବନ୍ଦିର ଅଭିମୁଖେ ବାହାରିବେ। ସମାରୋହରେ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିବା ସହ ୧୭ ଜଣ ପ୍ରବାସୀ ଭାରତୀୟଙ୍କୁ ପୁରସ୍କୃତ କରିବେ।




