ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବୃଦ୍ଧି ପାଇବ
ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଜୟଦେବ ଭବନଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ସେ କହିଥିଲେ ଯେ, ମାତୃଭାଷାରେ ଶିକ୍ଷାଦାନ ଲାଗି ନୂତନ ଜାତୀୟ ଶିକ୍ଷାନୀତିରେ ପ୍ରାଧାନ୍ୟ ଦେଇଛନ୍ତି ସରକାରଛ ତୃଣମୂଳ ସ୍ତରରେ ମେଧା ବିକାଶ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି । ମାତୃଭାଷା ପ୍ରତି ସମସ୍ତଙ୍କର ଏକ ସ୍ୱତନ୍ତ୍ର ଆକର୍ଷଣ ଥାଏ । ମାତୃଭାଷାରେ ଶିକ୍ଷା […]
ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଜୟଦେବ ଭବନଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ସେ କହିଥିଲେ ଯେ, ମାତୃଭାଷାରେ ଶିକ୍ଷାଦାନ ଲାଗି ନୂତନ ଜାତୀୟ ଶିକ୍ଷାନୀତିରେ ପ୍ରାଧାନ୍ୟ ଦେଇଛନ୍ତି ସରକାରଛ ତୃଣମୂଳ ସ୍ତରରେ ମେଧା ବିକାଶ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି । ମାତୃଭାଷା ପ୍ରତି ସମସ୍ତଙ୍କର ଏକ ସ୍ୱତନ୍ତ୍ର ଆକର୍ଷଣ ଥାଏ । ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବୃଦ୍ଧି ପାଇବ । ଓଡ଼ିଆ ଭାଷାରେ ବୈଷୟିକ ଶିକ୍ଷା ଗ୍ରହଣ କରିବାରେ କିଛି ଅସୁବିଧା ହେବ ନାହିଁ । ମାତୃଭାଷାରେ ପଢୁଥିବା ଶିଶୁର ବୌଦ୍ଧିକ ବିକାଶ ଅନ୍ୟଠୁ ଅଧିକ । ଶିକ୍ଷାକୁ ପ୍ରତିବନ୍ଧକ ଶୂନ୍ୟ କରିବାକୁ ଆମେ ସାଧ୍ୟମତେ ଚେଷ୍ଟା କରିବା । ଶିକ୍ଷା ଭଳି ମୌଳିକ ଅଧିକାରରୁ ଯେମିତି କେହି ବଞ୍ଚିତ ନହେବେ ତାହା ବି ଦେଖିବା । ଏହାସହିତ ମାତୃଭାଷାରେ ଶିକ୍ଷାଦାନ ଲାଗି ଯୋଜନା ପ୍ରସ୍ତୁତ କରିଥିବାରୁ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଟିମକୁ ଧନ୍ୟବାଦ ପ୍ରଦାନ କରିଥିଲେ ।
ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଓଡ଼ିଆ ଭାଷାରେ ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ପ୍ରସ୍ତୁତ ୨୦ଟି ଇଞ୍ଜିନିୟରିଂ ପାଠ୍ୟପୁସ୍ତକ ଉନ୍ମୋଚନ କରିବା ସହ ଏକାଧିକ ଭାରତୀୟ ଭାଷାରେ ପାଠ୍ୟକ୍ରମ ପୋର୍ଟାଲ ଇ-କୁମ୍ଭର ଲୋକାର୍ପଣ କରିଛନ୍ତି ରାଷ୍ଟ୍ରପତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଏଆଇସିଟିର ଅଧ୍ୟକ୍ଷ ଏବଂ ଅବସର ବେଉରିଆ ପ୍ରମୁଖ ଯୋଗଦେଇଥିଲେ ।
ଗତ ବର୍ଷ ଅକେଫାବର ୧୮ ତାରିଖରେ ଭୁବନେଶ୍ୱରଠାରେ ଓଡ଼ିଆ ଭାଷାରେ ଇଂଜିନିୟରିଂ ଶିକ୍ଷା ପ୍ରଦାନ କରିବା ପାଇଁ ଏଆଇସିଟିଇ ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା କେନ୍ଦ୍ର(ଆଇଓଏସଆର) ମଧ୍ୟରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା ।




