ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ଆସନ୍ତା ୨୪ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଗସ୍ତରେ ଆସି କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ନୀଳମାଧବଙ୍କ ସେବାୟତ ଓ ସ୍ଥାନୀୟ ବାସିନ୍ଦା ନୀଳମାଧବଙ୍କୁ ଦର୍ଶନ କରିବା ନିମନ୍ତେ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ । କଣ୍ଟିଲୋବାସୀଙ୍କ ନିମନ୍ତ୍ରଣ ରକ୍ଷା କରି ୨୪ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ […]
ଭୁବନେଶ୍ୱର : ଆସନ୍ତା ୨୪ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଗସ୍ତରେ ଆସି କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ନୀଳମାଧବଙ୍କ ସେବାୟତ ଓ ସ୍ଥାନୀୟ ବାସିନ୍ଦା ନୀଳମାଧବଙ୍କୁ ଦର୍ଶନ କରିବା ନିମନ୍ତେ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ । କଣ୍ଟିଲୋବାସୀଙ୍କ ନିମନ୍ତ୍ରଣ ରକ୍ଷା କରି ୨୪ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି ।
ସୂଚନା ଥାଉକି, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।
ଅନ୍ୟପଟେ,ଏହି କାର୍ଯ୍ୟକ୍ରମ ପରେ ଭୁବନେଶ୍ବର ଫେରି ଆସି ରାଜଭବନରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।ସେହିପରି ୨୫ ତାରିଖ ସକାଳୁ ଭୁବନେଶ୍ବର ବିମାନ ବନ୍ଦରରୁ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ କଟକ ଗସ୍ତ କରିବେ ରାଷ୍ଟ୍ରପତି । କଟକରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ୧୩ ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଦ୍ରୌପଦୀ ମୁର୍ମୁ । ପରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟରେ ବିକାଶ ମୂଳକ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି।
କାର୍ଯ୍ୟକ୍ରମ ପରେ କଟକ ମାଛୁଆ ବଜାର ସର୍କିଟ ହାଉସରେ ମଧ୍ୟାହ୍ନ ଭୋଜନ କରି କିଛି ସମୟ ବିଶ୍ରାମ କରିବେ । ପରେ ତୁଳସୀପୁର ସ୍ଥିତ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେବେ ପ୍ରେସିଡେଣ୍ଟ । ସେଠାରୁ ବାହାରି ଜବାହର ଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ପହଞ୍ଚିବେ । ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ କଳିଙ୍ଗ ରତ୍ନ ଆୱାର୍ଡ଼ ୨୦୨୪ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି । ସେହି କାର୍ଯକ୍ରମ ପରେ ଭୁବନେଶ୍ବର ଫେରି ସନ୍ଧ୍ୟା ୫.୩୦ରେ ଦିଲ୍ଲୀ ଫେରିଯିବେ ।




