ଓଡ଼ିଆ ନବ ବର୍ଷରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ,ପ୍ରଧାନମନ୍ତ୍ରୀଙ୍କ,ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓଡ଼ିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ […]

ଓଡ଼ିଆ ନବ ବର୍ଷରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ,ପ୍ରଧାନମନ୍ତ୍ରୀଙ୍କ,ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ବର: ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓଡ଼ିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ । ଆନନ୍ଦ ଉଲ୍ଲାସର ଏହି ପର୍ବ ଆମକୁ ଆମ ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ମଧ୍ୟ ଦେଇଥାଏ । ଏହି ଅବସରରେ ମୁଁ ସମସ୍ତଙ୍କର ସୁଖସମୃଦ୍ଧି କାମନା କରୁଅଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଶୁଭକାମନା। ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ।

ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ କାମନା କରିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରିଛନ୍ତି । ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ।

Tags: