ଦାମ ରାଉତଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୋକବ୍ୟକ୍ତ
ଭୁବନେଶ୍ୱର : ବରିଷ୍ଠ ନେତା ଡ଼.ଦାମୋଦର ରାଉତଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ଆଜି ସକାଳେ ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଦାମୋଦର ରାଉତଙ୍କ ବିୟୋଗ ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି । ଦାମୋଦର ରାଉତ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ପଦ […]
ଭୁବନେଶ୍ୱର : ବରିଷ୍ଠ ନେତା ଡ଼.ଦାମୋଦର ରାଉତଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ଆଜି ସକାଳେ ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି।
ଦାମୋଦର ରାଉତଙ୍କ ବିୟୋଗ ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି । ଦାମୋଦର ରାଉତ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ପଦ ସମ୍ଭାଳିଥିବା ବେଳେ ଓଡ଼ିଶାର ପ୍ରଗତିରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ଲେଖିଛନ୍ତି ଦ୍ରୌପଦୀ ମୁର୍ମୁ । ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମହାମହିମ ।
Saddened by the demise of veteran leader Shri Damodar Rout who served as minister several times in Odisha Government. Shri Rout's contribution to the progress of Odisha and the country will always be remembered. My deepest condolences to his family members and followers.
— President of India (@rashtrapatibhvn) March 22, 2024
ସେହିପରି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକରେ ରାଜ୍ୟପାଳ ରଘୁବର ଦାସ ଶୋକ ପ୍ରକାଶ କରିଛନ୍ତି। ଦାମ ରାଉତଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ଏବଂ ଅନୁଗାମୀମାନଙ୍କୁ ସମବେଦନା ଜଣାଇଛନ୍ତି। ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଭାବେ ତାଙ୍କର ପ୍ରତିଷ୍ଠା ରହିଛି ବୋଲି କହିଛନ୍ତି ରାଜ୍ୟପାଳ।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଦାମୋଦର ରାଉତଙ୍କ ଦେହାନ୍ତରେ ମାନ୍ୟବର ରାଜ୍ୟପାଳ ଗଭୀର ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ଓ ଅନୁଗାମୀମାନଙ୍କୁ ସମବେଦନା ଜଣାଇଛନ୍ତି।ଦକ୍ଷ ବିଧାୟକ,କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଭାବେ ତାଙ୍କର ପ୍ରତିଷ୍ଠା ରହିଛି ବୋଲି ପ୍ରକାଶ କରି ଅମର ଆତ୍ମାର ସଦଗତି କାମନା କରିଛନ୍ତି।
— Governor Odisha (@GovernorOdisha) March 22, 2024
ଅନ୍ୟପଟେ ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦାମଙ୍କ ଦେହାନ୍ତ ଖବର ଶୁଣି ଦୁଖିଃତ ଓ ମର୍ମାହତ ଥିବା ନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି ଧର୍ମେନ୍ଦ୍ର । ଦୀର୍ଘ ବର୍ଷ ରାଜନୀତିରେ ସକ୍ରିୟ ରହି ସେ ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ…
— Dharmendra Pradhan (मोदी का परिवार) (@dpradhanbjp) March 22, 2024




