ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର

ଭୁବନେଶ୍ୱର: ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ । ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ । ଜୁଲାଇ ୨୫ ସୁଦ୍ଧା ଶେଷ ହେବ ଶିକ୍ଷକଙ୍କ ବଦଳି। ଜୁନ ୭ ବଦଳି ଆବେଦନର ଶେଷ ତାରିଖ। ଏନେଇ ଓସେପାକୁ ଚିଠି ଲେଖିଲା ଡିଇଇଓ। ଜୁନ […]

ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର
Samaya Live Picture
Published On

ଭୁବନେଶ୍ୱର: ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ । ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ । ଜୁଲାଇ ୨୫ ସୁଦ୍ଧା ଶେଷ ହେବ ଶିକ୍ଷକଙ୍କ ବଦଳି। ଜୁନ ୭ ବଦଳି ଆବେଦନର ଶେଷ ତାରିଖ। ଏନେଇ ଓସେପାକୁ ଚିଠି ଲେଖିଲା ଡିଇଇଓ।

ଜୁନ ୬ ତାରିଖ ମଧ୍ୟରେ ଆବେଦନ ଶେଷ ହେବା ପରେ ୯ରୁ ୧୬ ତାରିଖ ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲା ବ୍ଲକ ଶିକ୍ଷା ଅଧିକାରୀ ଦ୍ବାରା ଯାଞ୍ଚ କରାଯିବ । ଏହାପରେ ଜୁନ ୧୭ରୁ ୧୮ ମଧ୍ୟରେ ଅନ୍ତଃ ଜିଲ୍ଲା ବଦଳି ପାଇଁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପାଖକୁ ଆବେଦନ ପତ୍ର ପଠାଯିବ । ଏହାପରେ ୨୦ ଓ ୨୧ ତାରିଖରେ ମେଡିକାଲ ଯାଞ୍ଚ ହେବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି ।

ପୂର୍ବରୁ ପ୍ରାଥମିକ ଶିକ୍ଷକଙ୍କ ଅନଲାଇନ ବଦଳି କ୍ୟାଲେଣ୍ଡର ଆବେଦନର ଶେଷ ତାରିଖ ଥିଲା ଜୁନ୍ ୬ ତାରିଖ। ହେଲେ ଏହା ଏବେ ଗୋଟିଏ ଦିନ ବଢ଼ିଛି ଅର୍ଥାତ୍ ଜୁନ୍ ୭ ତାରିଖ ପର୍ଯ୍ୟନ୍ତ ଆବେଦନ କରିହେବ।

Tags: