ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିୟୋଗ ରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଝାରସୁଗୁଡା ବିଧାୟକ ତଥା ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କର ଦୁଃଖଦ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏନେଇ ସେ ଓଡ଼ିଆରେ ଟ୍ୱିଟ୍‌ କରି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ସେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି । ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରୀ […]

Samaya Live Picture
Published On

ଭୁବନେଶ୍ୱର : ଝାରସୁଗୁଡା ବିଧାୟକ ତଥା ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କର ଦୁଃଖଦ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏନେଇ ସେ ଓଡ଼ିଆରେ ଟ୍ୱିଟ୍‌ କରି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ସେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।

ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବିୟୋଗ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପୋଲୋ ହସ୍‌ପିଟାଲ୍‌ରେ ପହଞ୍ଚିଥିଲେ। ସେ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନବ ଦାସଙ୍କ ବିୟୋଗରେ ସେ ଦୁଃଖିତ ଓ ମର୍ମାହତ। ନବ ଦାସ ତାଙ୍କ ସରକାର ଓ ଦଳର ଆସେଟ୍ ଥିଲେ। ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ଆମେ ତାଙ୍କୁ ହରାଇଲୁ। ସେ ରାଜ୍ୟର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ତାଙ୍କର ମୃତ୍ୟୁ ରାଜ୍ୟ ପାଇଁ ଅପୂରଣୀୟ କ୍ଷତି I

ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରାୟ ସମସ୍ତ ମନ୍ତ୍ରୀ ଓ ବହୁ ବିଧାୟକ ହସ୍‌ପିଟାଲ୍‌ରେ ପହଞ୍ଚିଥିଲେ। ସମସ୍ତେ ନବ ଦାସଙ୍କ ମୃତ୍ୟୁରେ ମର୍ମାହତ ହୋଇଛନ୍ତି। ସେମାନେ ଦୁଃଖ ପ୍ରକାଶ କରିବା ସହିତ ସ୍ୱର୍ଗତ ଦାସଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।

Tags: