ଓଡିଶାକୁ ୩ୟ ବନ୍ଦେ ଭାରତ ଉପହାର ଦେଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ଗଡ଼ିଲା ୩ୟ ବନ୍ଦେ ଭାରତ ଏକ୍ସପ୍ରେସ I ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ପୁରୀରୁ ଆରମ୍ଭ ହୋଇଥିବା ଏହି ନୂଆ ୩ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ବିଶାଖାପଟନମ୍ ପର୍ଯ୍ୟନ୍ତ ଚାଲିବ। ପୁରୀ ଓ ବିଶାଖାପାଟଣା ମଧ୍ୟରେ ଖୋର୍ଦ୍ଧା,ବାଲୁଗାଁ ଓ ବ୍ରହ୍ମପୁର ଟ୍ରେନ୍‌ ପଲାସା, ଶ୍ରୀକାକୁଲମ ଓ ବିଜୟନଗରମ୍ ରେ ରହିବ […]

Samaya Live Picture
Published On

ଭୁବନେଶ୍ୱର : ଓଡ଼ିଶାରେ ଗଡ଼ିଲା ୩ୟ ବନ୍ଦେ ଭାରତ ଏକ୍ସପ୍ରେସ I ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ।

ପୁରୀରୁ ଆରମ୍ଭ ହୋଇଥିବା ଏହି ନୂଆ ୩ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ବିଶାଖାପଟନମ୍ ପର୍ଯ୍ୟନ୍ତ ଚାଲିବ। ପୁରୀ ଓ ବିଶାଖାପାଟଣା ମଧ୍ୟରେ ଖୋର୍ଦ୍ଧା,ବାଲୁଗାଁ ଓ ବ୍ରହ୍ମପୁର ଟ୍ରେନ୍‌ ପଲାସା, ଶ୍ରୀକାକୁଲମ ଓ ବିଜୟନଗରମ୍ ରେ ରହିବ । ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ।ଏହିକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶ ଉଦ୍ଦେଶ୍ୟରେ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି।

ଅହମ୍ମଦାବାଦ ଗସ୍ତ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବନ୍ଦେ ଭାରତ ଏକ୍ସପ୍ରେସ ସହ ୨୭୪ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ହୋଇଛି। ଅହମ୍ମଦାବାଦରେ ପତାକା ଦେଖାଇ ପ୍ରଧାନମନ୍ତ୍ରୀ ଏସବୁ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। କାର୍ଯ୍ୟକ୍ରମରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।

Tags: