ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର : ଆଜି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଅପରାହ୍ନରେ ଭୁବନେଶ୍ୱର ଆସି ସିଧା ଚଣ୍ଡୀଖୋଲ ଯିବେ । ୩ଟା ୧୫ରେ ଚଣ୍ଡୀଖୋଲରେ ପଂହଚିବା ପରେ ଆରମ୍ଭ ହେବ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ମୋଦିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ […]

Samaya Live Picture
Published On

ଭୁବନେଶ୍ୱର : ଆଜି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଅପରାହ୍ନରେ ଭୁବନେଶ୍ୱର ଆସି ସିଧା ଚଣ୍ଡୀଖୋଲ ଯିବେ । ୩ଟା ୧୫ରେ ଚଣ୍ଡୀଖୋଲରେ ପଂହଚିବା ପରେ ଆରମ୍ଭ ହେବ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ମୋଦିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।

ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

ଗତ ଫେବୃଆରୀ ୩ ତାରିଖରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଆସିଥିଲେ I ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ସେ ସମ୍ବଲପୁର ଆସି ଆଇଆଇଏମ ସହିତ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଥିଲେ I

ମୋଦୀଙ୍କ ଗସ୍ତ ପାଇଁ ସୁରକ୍ଷା ଦାୟିତ୍ୱରେ ରହିବେ ୬ଜଣ ଆଡିସିନାଲ ଡିସିପି, ୧୦ ଜଣ ଏସିପି,୧୯ ଇନସ୍ପେକ୍ଟର, ୬୯ ଅଫିସର । ବନ୍ଧୁକଧାରୀ ପୁଲିସ ଓ ଓଡ୍ରାଫ ଟିମ ବି ମୁତୟନ ରହିବେ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ଚଣ୍ଡୀଖୋଲ ଯାଏଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି I

Tags: