ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର : ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ପ୍ରଧାନମନ୍ତ୍ରୀ। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେଇପାରନ୍ତି। ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ପୃଥ୍ୱୀରାଜ କହିଛନ୍ତି, ‘ବିଭିନ୍ନ ସ୍ଥାନରେ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେଉଛନ୍ତି। ତେଣୁ ଆମେ ସମସ୍ତେ ଆଶା କରୁଛୁ ଓଡ଼ିଶା ରେ ମଧ୍ୟ […]

Samaya Live Picture
Published On

ଭୁବନେଶ୍ୱର : ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ପ୍ରଧାନମନ୍ତ୍ରୀ। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେଇପାରନ୍ତି। ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ପୃଥ୍ୱୀରାଜ କହିଛନ୍ତି, ‘ବିଭିନ୍ନ ସ୍ଥାନରେ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେଉଛନ୍ତି। ତେଣୁ ଆମେ ସମସ୍ତେ ଆଶା କରୁଛୁ ଓଡ଼ିଶା ରେ ମଧ୍ୟ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବେ। ତେବେ କେଉଁ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଗସ୍ତ କରିବେ ସେନେଇ ଏବେ କିଛି କହିହେବ ନାହିଁ। ତେବେ ରଥଯାତ୍ରା ପୂର୍ବରୁ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ର ଲୋକାର୍ପଣ ହେବ ବୋଲି ଆଶା କରାଯାଉଛି।’

Tags: