ଜାନୁଆରୀରେ ୨ ଥର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର : ରାଜଧାନୀରେ ଡିଜିପି ସମ୍ମିଳନୀରେ ଯୋଗ ଦେଇ ସାରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀରେ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ଓ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ। ଆସନ୍ତା ଜାନୁଆରୀ ୮, ୯ ଓ ୧୦ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ଯୋଗଦେବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଠିକ୍ ସେହିପରି ଜାନୁଆରୀ ୨୭ […]
ଭୁବନେଶ୍ୱର : ରାଜଧାନୀରେ ଡିଜିପି ସମ୍ମିଳନୀରେ ଯୋଗ ଦେଇ ସାରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀରେ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ଓ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ। ଆସନ୍ତା ଜାନୁଆରୀ ୮, ୯ ଓ ୧୦ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ଯୋଗଦେବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଠିକ୍ ସେହିପରି ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବ। ରାଜ୍ୟ ପୁଲିସ ହାବିଲଦାର କନଷ୍ଟେବଳ ସିପାହୀ ମହାସଙ୍ଘ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମାଝୀ।
ସୂଚନାଯୋଗ୍ୟ, ନଭେମ୍ବର ଶେଷ ସପ୍ତାହରେ ଭୁୁବନେଶ୍ୱରରେ ଆୟୋଜିତ ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ଚଳିତ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବହୁ ବାର ଓଡିଶା ଗସ୍ତ ହୋଇ ସାରିଛି । ତାଙ୍କ ଗସ୍ତକୁ ନେଇ ବିଜେପି ଶିବିର ମଧ୍ୟ ବେଶ ଉତ୍ସାହିତ ।




