ପୁରୀରେ ପ୍ରଧାନମନ୍ତ୍ରୀଙ୍କ ମେଗା ରୋଡ୍ ସୋ’
ପୁରୀ : ଗତକାଲି ଓଡିଶା ଗସ୍ତରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ପୁରୀରେ ଅଛି ତାଙ୍କର ବିଶାଳ ରୋଡ଼ ସୋ’ Iଏହା ପୂର୍ବରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାପରେ ମରିଚିକୋଟ ଛକରୁ ଆରମ୍ଭ ହୋଇଥିଲା ମୋଦିଙ୍କର ମେଗା ରୋଡ଼ ସୋ’। ମୋଦିଙ୍କ ସହ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ […]
ପୁରୀ : ଗତକାଲି ଓଡିଶା ଗସ୍ତରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ପୁରୀରେ ଅଛି ତାଙ୍କର ବିଶାଳ ରୋଡ଼ ସୋ’ Iଏହା ପୂର୍ବରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାପରେ ମରିଚିକୋଟ ଛକରୁ ଆରମ୍ଭ ହୋଇଥିଲା ମୋଦିଙ୍କର ମେଗା ରୋଡ଼ ସୋ’। ମୋଦିଙ୍କ ସହ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ଏଥିରେ ସାମିଲ ହୋଇଥିଲେ ।
ମୋଦିଙ୍କ ରୋଡ୍ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ଦୁଇ ପାର୍ଶ୍ୱରେ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କରୁଛନ୍ତି ମୋଦି। ରୋଡ୍ ସୋରେ ବିଜେପି ବରିଷ୍ଠ ନେତା, କର୍ମୀ, ସମର୍ଥକ ଓ ସାଧାରଣ ଲୋକ ସାମିଲ ରହିଛନ୍ତି। ପୁରୀ କାର୍ଯ୍ୟକ୍ରମ ସାରି ଅନୁଗୁଳ ଓ କଟକରେ ମୋଦିଙ୍କ ମାରାଥନ ପ୍ରଚାର କାର୍ଯ୍ୟକ୍ରମ ରହିଛି। ସେଠାରେ ଏକ ସାଧାରଣ ସଭାରେ ଯୋଗ ଦେବେ । ସଭାପରେ ୧୧ଟା ୧୫ରୁ ଅନୁଗୁଳରୁ ବାହାରି କଟକ ଆସିବେ । ମଧ୍ୟାହ୍ନ ୧୨ଟାରେ ଉପର ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେବେ । ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୫ ସାଧାରଣ ସଭା । ମଧ୍ୟାହ୍ନ ୧୨ଟାର ୫୦ରେ କଟକରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ୧ଟା ୧୦ରେ ପହଞ୍ଚିବେ । ସେଠାରୁ ୧ଟା ୧୫ରୁ ପଶ୍ଚିମବଙ୍ଗ ଅଭିମୁଖେ ବାହାରିବେ ପ୍ରଧାନମନ୍ତ୍ରୀ ।
ସୂଚନାନୁସାରେ,ପ୍ରଧାନମନ୍ତ୍ରୀ ମୋଦୀ ଗତକାଲି ଭୁବନେଶ୍ବରରେ ପହଞ୍ଚିଲା ପରେ ରାଜ୍ୟ ବିଜେପି ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କରିଥିଲେ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ ମୋଦି ଆଲୋଚନା କରିଥିଲେ। ଏହାପରେ ରାଜଭବନରେ ରାତ୍ରୀ ଯାପନ କରିଥିଲେ ପ୍ରଧାନମନ୍ତ୍ରୀ ।




