ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଲେ ପ୍ରଫେସର ସବିତା ପ୍ରଧାନ
ଭୁବନେଶ୍ୱର: ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଲେ ପ୍ରଫେସର ସବିତା ପ୍ରଧାନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ସେ ଶାନ୍ତିନିକେତନ ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ଭାବରେ କାର୍ଯ୍ୟରତ ଥିଲେ I ପ୍ରଫେସର ସବିତା ପ୍ରଧାନ ଦୁଇ ବର୍ଷ ଯାଏଁ ଏହି ପଦବିରେ ରହିବେ। ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି। […]
ଭୁବନେଶ୍ୱର: ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଲେ ପ୍ରଫେସର ସବିତା ପ୍ରଧାନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ସେ ଶାନ୍ତିନିକେତନ ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ଭାବରେ କାର୍ଯ୍ୟରତ ଥିଲେ I
ପ୍ରଫେସର ସବିତା ପ୍ରଧାନ ଦୁଇ ବର୍ଷ ଯାଏଁ ଏହି ପଦବିରେ ରହିବେ। ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍ ଓ ଶିକ୍ଷାଦାନ ଚାଲିଛି।




