ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ
Samaya Live News Picture
Published On

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି । ପ୍ରସନ୍ନ କୁମାର ପାତ୍ରଙ୍କ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଦୁର୍ନୀତି ଅଭିଯୋଗ ଆସିବା ପରେ ସୁନ୍ଦରଗଡ଼ ସ୍ବତନ୍ତ୍ର ବିଚାରପତିଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ କରାଯାଉଛି। 

ପ୍ରସନ୍ନ ପାତ୍ରଙ୍କ ସୁନ୍ଦରଗଡ଼ସ୍ଥିତ କାର୍ଯ୍ୟାଳୟ, କାର୍ଯ୍ୟାଳୟ ସମ୍ମୁଖରେ ଥିବା ସରକାରୀ କ୍ୱାର୍ଟର ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ଶ୍ରାବଣୀ ରେସିଡେନ୍ସିର ଦ୍ୱିତୀୟ ମହଲାରେ ଥିବା ଫ୍ଲାଟ୍, ମଞ୍ଚନାଥ ଭିଲ୍ଲାର ଫେଜ୍ -୨ରେ ଥିବା ତାଙ୍କର ତିନୋଟି ଦୁଇମହଲା କୋଠା, ବାଲିଅନ୍ତାରେ ଥିବା ଅନ୍ୟ ଏକ ଆବାସିକ କୋଠାରେ ତଲାସୀ ଚାଲିଛି । ଏହା ସହିତ କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଚର୍ଚ୍ଚିକା ଗ୍ରାମରେ ଥିବା ତାଙ୍କ ଶ୍ୱଶୁର ଘରେ ମଧ୍ୟ ଚଢ଼ାଉ କରାଯାଉଛି ।

ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଥିବା ବେଳେ ସମ୍ପତ୍ତିର ପରିମାଣ ଓ ଅନ୍ୟାନ୍ୟ ତଥ୍ୟ ସମ୍ପର୍କରେ ପରବର୍ତ୍ତୀ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ । ଚଢ଼ାଉରେ ଜଣେ ଅତିରିକ୍ତ ଏସ୍ ପି, ୪ ଜଣ ଡିଏସ୍ ପି, ୧୩ ଜଣ ଇନ୍ସପେକ୍ଟର, ୫ ଜଣ ଏଏସ୍ ଆଇ ଏବଂ ଅନ୍ୟ ସହଯୋଗୀ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।

Tags: