ଏପ୍ରିଲ ଯାଏଁ କୋହଳ ହେଲା ପିୟୁସିସି ଯାଞ୍ଚ

ଏପ୍ରିଲ ଯାଏଁ କୋହଳ ହେଲା ପିୟୁସିସି ଯାଞ୍ଚ

ଭୁବନେଶ୍ୱର: ଏପ୍ରିଲ ଯାଏଁ କୋହଳ ହେଲା ପ୍ରଦୂଷଣ ସାର୍ଟିଫିକେଟ୍‌ (ପିୟୁସିସି) ଯାଞ୍ଚ । ଏନେଇ ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । ଏହି ସମୟ ମଧ୍ୟରେ ଟୋଲଗେଟରେ ଇ-ଡିଟେକ୍ସନ ବ୍ୟବସ୍ଥାରେ କଟିବ ନାହିଁ ପ୍ରଦୂଷଣ ଚାଲାଣ । ସେହିପରି ପ୍ରଦୂଷଣ ରାଶିର ତର୍ଜମା ପାଇଁ ନିର୍ଦେଶ ଦେଇଛନ୍ତି ମନ୍ତ୍ରୀ ।

ସମ୍ବନ୍ଧିତ ଖବର ସ୍ବାଭାବିକ ହେଲା ଧାନ କିଣା - ମନ୍ତ୍ରୀ

ସେହିଭଳି ପ୍ରଦୂଷଣ ‎ପ୍ରମାଣପତ୍ର ନ ଥିଲେ ମୋଟର ଯାନ ଆଇନ ଅନୁଯାୟୀ ଲାଗୁ ହେଉଥିବା ୧୦ ହଜାର ଟଙ୍କା ଜରିମାନାକୁ ହ୍ରାସ କରିବା ‎ଦିଗରେ ତର୍ଜମା କରିବାକୁ ମଧ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ‎ମନ୍ତ୍ରୀ କହିଛନ୍ତି, ଗାଡ଼ିର ପ୍ରଦୂଷଣ ଯାଞ୍ଚ କରିବା ସମସ୍ତଙ୍କ ଦାୟିତ୍ୱ । ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି । ‎ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ ।

ସମ୍ବନ୍ଧିତ ଖବର ୪ ଭକ୍ତ ନିବାସର ପାର୍କିଂ ଫି'ବୃଦ୍ଧି ନିଷ୍ପତ୍ତି

ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ‎ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ମୋଟର ଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ ମଧ୍ୟ ‎। ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି । ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଙ୍ଘନ ‎କରୁଛନ୍ତି । ଯାହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି । ପୂର୍ବରୁ ‘PUC ନାହିଁ, ଇନ୍ଧନ ନାହିଁ’ ନୀତି ଘୋଷଣା ପରେ ସାଧାରଣ ଲୋକ ଲାଇନ୍ ଦେବା ଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା ।

ସମ୍ବନ୍ଧିତ ଖବର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ଆଜି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

 

 

Tags: