ସ୍ନାନ ଯାତ୍ରା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି
ପୁରୀ: ଜୁନ ୧୩: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଚାଲିଛି ବ୍ୟାପକ ପ୍ରସ୍ତୁତି । ଆଜି ଗୁପ୍ତ ସେନାପଟା ଲାଗି ହେବା ପାଇଁ ସକାଳୁ ମଧ୍ୟାହ୍ନ ୧୨ଟା ଯାଏଁ ବନ୍ଦ ରହିଛି ସାଧାରଣ ଦର୍ଶନ । ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଲାଗି ହେବାକୁ ସତ୍ୟବାଦୀ ବକୁଳବନରୁ ବଉଳକାଠ ଆସିଛି । ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ଗତକାଲି ଚମ୍ପକ ଦ୍ୱାଦଶୀ ଅବସରରେ ଶ୍ରୀମନ୍ଦିରରରେ ଦଇତା ପ୍ରବେଶ କରିଛନ୍ତି । ସ୍ନାନଯାତ୍ରା ଓ ଘୋଷଯାତ୍ରାଠୁ ଆରମ୍ଭ […]
ପୁରୀ: ଜୁନ ୧୩: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଚାଲିଛି ବ୍ୟାପକ ପ୍ରସ୍ତୁତି । ଆଜି ଗୁପ୍ତ ସେନାପଟା ଲାଗି ହେବା ପାଇଁ ସକାଳୁ ମଧ୍ୟାହ୍ନ ୧୨ଟା ଯାଏଁ ବନ୍ଦ ରହିଛି ସାଧାରଣ ଦର୍ଶନ । ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଲାଗି ହେବାକୁ ସତ୍ୟବାଦୀ ବକୁଳବନରୁ ବଉଳକାଠ ଆସିଛି । ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ଗତକାଲି ଚମ୍ପକ ଦ୍ୱାଦଶୀ ଅବସରରେ ଶ୍ରୀମନ୍ଦିରରରେ ଦଇତା ପ୍ରବେଶ କରିଛନ୍ତି । ସ୍ନାନଯାତ୍ରା ଓ ଘୋଷଯାତ୍ରାଠୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଏହି ଦାଇତାପତି ସେବାୟତ ଶ୍ରୀଅଙ୍ଗ ସୁରକ୍ଷାରେ ରହିବେ । ସ୍ନାନଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏବର୍ଷ ରାତି ୪ଟାରୁ ଠାକୁରଙ୍କ ସ୍ନାନ ପହଣ୍ଡି ଆରମ୍ଭ ହୋଇ ସକାଳ ୬ଟା ସୁଦ୍ଧା ସାରିବାକୁ ନୀତି ନିର୍ଘଣ୍ଟ ହୋଇଛି । ଏପଟେ ଦୁଇବର୍ଷର ବ୍ୟବଧାନ ପରେ ଭକ୍ତ ପୁଣି ସ୍ନାନବେଦୀରୁ ଶ୍ରୀଜିଉଙ୍କୁ ପ୍ରତ୍ୟକ୍ଷ ଦର୍ଶନ ପାଇବେ । ଶୃଙ୍ଖଳିତ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରଥମ ଥର ପାଇଁ ମାର୍କେଟ୍ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଦୁଇ ପ୍ରକାରର ବ୍ୟାରିକେଡ ହୋଇଛି । ଯେଉଁମାନେ ବଡଦାଣ୍ଡରେ କେବଳ ଦଣ୍ଡାୟମାନ ହୋଇ ଚତୁର୍ଦ୍ଧାବିଗ୍ରହଙ୍କ ଦୁଲ୍ଲଭ ସାନ ଦେଖିବାକୁ ଇଚ୍ଛା କରିବେ ସେମାନଙ୍କ ପାଇଁ ଗୋଟିଏ ବ୍ୟାରିକେଡ୍ କରାଯାଇଥିବାବେଳେ ଯେଉଁ ଭକ୍ତ ଶ୍ରୀମନ୍ଦିର ପଟୁ ସ୍ନାନବେଦୀ ନିକଟକୁ ଆସି ହାତୀ ବେଶ ଦେଖିବାକୁ ଚାହିଁବେ, ସେଥିପାଇଁ ଆଉ ଏକ ବ୍ୟାରିକେଡ ହୋଇଛି । ସେହିପରି ଭକ୍ତଙ୍କ ପୁରୀ ଆଗମନବେଳେ ଟ୍ରାଫିକ୍ ବ୍ୟବସ୍ଥା ସହ ଗାଡ଼ି ପାର୍କିଂ ପାଇଁ ବି ଉତ୍ତମ ବ୍ୟବସ୍ଥା ହୋଇଥିବା ସହ ସ୍ନାନଯାତ୍ରାବେଳେ ପୁରୀରେ ପ୍ରାୟ ୫୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବା ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍ପି ।




