ପଶ୍ଚିମାଝଡ଼ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ୩ ଦିନ ଯାଏଁ ବର୍ଷା

ଭୁବନେଶ୍ୱର: ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା I ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ଆସନ୍ତା ଦୁଇ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହାପରେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୩ରୁ […]

Samaya Live Picture
Published On

ଭୁବନେଶ୍ୱର: ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା I ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ଆସନ୍ତା ଦୁଇ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହାପରେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ଲେଖାଏଁ ହ୍ରାସ ପାଇବ।

ସେହିପରି ଏହାପରେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ଲେଖାଏଁ ହ୍ରାସ ପାଇବ। ଫଳରେ ଶୀତ ଅନୁଭୂତ ହେବ। ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ୫ରୁ ୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାର ଗୋଟିଏରୁ ଦୁଇଟି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

ବର୍ତ୍ତମାନ ଓଡ଼ିଶାକୁ ପୂର୍ବ ଦିଗରୁ ତରଙ୍ଗାୟିତ ଶୁଷ୍କ ଗରମ ପବନ ପ୍ରବେଶ କରୁଛି। ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବାଭାବିକ ଠାରୁ ୩ରୁ ୪ଡିଗ୍ରୀ ଉପରେ ରହିଛି ତାପମାତ୍ରା। ଏହାସହ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ଦିନରେ ଗୁଳୁଗୁଳି ଅନୁଭୁତ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ। ୩ଦିନ ପରେ ରାଜ୍ୟକୁ ଉତ୍ତର ଦିଗରୁ ଥଣ୍ଡା ବାୟୁ ପ୍ରବାହ ବଢିବ। ରାତି ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିବ। ଫଳରେ କିଛି ଦିନ ପାଇଁ ରାଜ୍ୟକୁ ଶୀତ ଫେରିବ ବୋଲି ଆକଳନ କରାଯାଇଛି।

Tags: