ଆଜିଠୁ ବର୍ଷା,୧୮ ବେଳକୁ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ଧରି ପାଗ ଶୁଖିଲା ରହିବା ପରେ ଆଜିଠାରୁ ବର୍ଷା ସମ୍ଭାବନା ଦେଖାଦେଇଛି I ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ I ଏହା ସହିତ ୧୮ ତାରିଖରୁ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଲଘୁଚାପ । ଉତ୍ତରପୂର୍ବ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ଆସନ୍ତା ୧୭ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ଧରି ପାଗ ଶୁଖିଲା ରହିବା ପରେ ଆଜିଠାରୁ ବର୍ଷା ସମ୍ଭାବନା ଦେଖାଦେଇଛି I ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ I ଏହା ସହିତ ୧୮ ତାରିଖରୁ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଲଘୁଚାପ । ଉତ୍ତରପୂର୍ବ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ I ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ ଏବଂ ଦେବଗଡକୁ ୟେଲୋ ୱାନିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ନରବଙ୍ଗପୁର, ମାଲକାନଗିରି, କୋରାପୁଟ ଏବଂ ବଲାଙ୍ଗିର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

Tags: