ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟର ପାଣିପାଗରେ ପୁଣି ପରିବର୍ତ୍ତନ । ଗତ ୨ ଦିନ ଧରି ଲାଗି ରହିଛି ମେଘୁଆ ପାଗ I ଗୁରୁବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହିତ ହାଲୁକା କୁହୁଡ଼ି ଦେଖିବାକୁ ମିଳିଥିଲା। ପାଣିପାଗ ପୂର୍ବାନୁମାନ ଅନୁସାରେ ଆଜି ସ୍ଥାନେ ସ୍ଥାନେ ହାଲୁକା ବର୍ଷା ସହିତ କେତେକ ସ୍ଥାନରେ କୁହୁଡ଼ି ପରିଲକ୍ଷିତ ହେବ। ପଶ୍ଚିମାଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। […]
ଭୁବନେଶ୍ୱର : ରାଜ୍ୟର ପାଣିପାଗରେ ପୁଣି ପରିବର୍ତ୍ତନ । ଗତ ୨ ଦିନ ଧରି ଲାଗି ରହିଛି ମେଘୁଆ ପାଗ I ଗୁରୁବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହିତ ହାଲୁକା କୁହୁଡ଼ି ଦେଖିବାକୁ ମିଳିଥିଲା। ପାଣିପାଗ ପୂର୍ବାନୁମାନ ଅନୁସାରେ ଆଜି ସ୍ଥାନେ ସ୍ଥାନେ ହାଲୁକା ବର୍ଷା ସହିତ କେତେକ ସ୍ଥାନରେ କୁହୁଡ଼ି ପରିଲକ୍ଷିତ ହେବ। ପଶ୍ଚିମାଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସେହିଭଳି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହିତ କିଛିକିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ରହୁଥିବା ବେଳେ ୮ ତାରିଖରେ ରାଜ୍ୟର ପାରଳାଖେମୁଣ୍ଡି ଠାରେ ସର୍ବୋଚ୍ଚ ତାପମାତ୍ରା ୩୪.୮ ଡିଗ୍ରି ରହିଥିଲା।ତେବେ ଗତ ୨୪ ଘଣ୍ଟା ମଧ୍ୟରେ କଟକ ଓ ନୟାଗଡ଼ରେ ଘନକୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଥିଲା। ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଯାଜପୁର, ଭଦ୍ରକ, ବାଲେଶ୍ବର, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୧୬ ଜିଲାରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧୨ ତାରିଖରେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼ ସମେତ ୧୧ ଜିଲାରେ ବର୍ଷା ହୋଇପାରେ। ବର୍ଷା ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପାଣିପାଗ ବିଭାଗ କହିଛି। ଏହା ପରେ ରାଜ୍ୟରେ ପୁଣି ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।




