୨ ଦିନ ଭିତରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି)। ଏହା ପ୍ରଭାବରେ ଆସନ୍ତା ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୭ରୁ ୯ ତାରିଖ ମେଘୁଆ ପାଗ ରହିବ । ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି)। ଏହା ପ୍ରଭାବରେ ଆସନ୍ତା ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୭ରୁ ୯ ତାରିଖ ମେଘୁଆ ପାଗ ରହିବ । ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେଇପାରେ । ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିଭଳି ୯ ତାରିଖରୁ ଥଣ୍ଡା ବଢିବ । ୧୦ ଓ ୧୧ ତାରିଖରେ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ସମ୍ଭାବ୍ୟ ବର୍ଷାକୁ ନେଇ ଚିନ୍ତାରେ ଅଛନ୍ତି ଚାଷୀକୁଳ । ଅମଳ ହେବାକୁ ଥିବା ଧାନ ଫସଲ ଉପରେ ପ୍ରଭାବ ପଡିପାରେ । ନିଜ ଫସଲକୁ ସୁରକ୍ଷିତ ଭାବେ ରଖିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Tags: