୨୪ ଯାଏ ରାଜ୍ୟରେ ଲାଗି ରହିବ ଝଡ଼ ବର୍ଷା, ୨ ଦିନ ପରେ ପୁଣି ବଢିବ ତାପମାତ୍ରା

ଭୁବନେଶ୍ୱର: ଆସନ୍ତା ୨ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ, ବିଜୁଳି ଏବଂ ପ୍ରବଳ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଶନିବାର କହିଛି। ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ଏବଂ କୁଆପଥର ବର୍ଷା ହୋଇପାରେ। […]

Samaya Live Picture
Published On

ଭୁବନେଶ୍ୱର: ଆସନ୍ତା ୨ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ, ବିଜୁଳି ଏବଂ ପ୍ରବଳ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଶନିବାର କହିଛି। ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ଏବଂ କୁଆପଥର ବର୍ଷା ହୋଇପାରେ।

ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ହୋଇପାରେ। ସମ୍ଭାବ୍ୟ ପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ ସଂସ୍ଥା ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Tags: