ଏଣିକି କମିବ ତାତି: ବର୍ଷା ପାଇଁ ୱାର୍ଣ୍ଣିଂ ଦେଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ବର: ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।୧୮ ଏପ୍ରିଲରୁ ୨୨ ଏପ୍ରିଲ ପର୍ଯ୍ୟନ୍ତ ବର୍ଷା ଏବଂ ପବନ ବହିବାର ପୂର୍ବାନୁମାନ ହୋଇଛି। ୧୮ ଏପ୍ରିଲରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହିତ ବର୍ଷା ଏବଂ ପବନ ବହିବାର ସତର୍କ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ୧୯ ଏପ୍ରିଲରେ ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି। […]

ଏଣିକି କମିବ ତାତି: ବର୍ଷା ପାଇଁ ୱାର୍ଣ୍ଣିଂ ଦେଲା ଭାରତୀୟ ପାଣିପାଗ ବିଭାଗ
Samaya Live Picture
Published On

ଭୁବନେଶ୍ବର: ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।୧୮ ଏପ୍ରିଲରୁ ୨୨ ଏପ୍ରିଲ ପର୍ଯ୍ୟନ୍ତ ବର୍ଷା ଏବଂ ପବନ ବହିବାର ପୂର୍ବାନୁମାନ ହୋଇଛି। ୧୮ ଏପ୍ରିଲରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହିତ ବର୍ଷା ଏବଂ ପବନ ବହିବାର ସତର୍କ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ୧୯ ଏପ୍ରିଲରେ ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି। ସେହିପରି ଆଇଏମଡି ପୂର୍ବାନୁମାନ କରିଛି, ଏପ୍ରିଲ ୨୦ ତାରିଖରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ବିଜୁଳି ଏବଂ ପବନ ସହିତ ବର୍ଷା ହେବ। ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ରହିବାର ସମ୍ଭାବନା ରହିଛି। ସେହିପରି ଏପ୍ରିଲ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ସମାନ ପାଗ ପରିସ୍ଥିତି ଅନୁଭୂତ ହେବାର ସମ୍ଭାବନା ଅଛି ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଅନୁମାନ କରାଯାଉଛି।

Tags: