ଆଗକୁ ୫ ଦିନ ଯାଏଁ ଜାରି ରହିବ ବର୍ଷା

ଆଗକୁ ୫ ଦିନ ଯାଏଁ ଜାରି ରହିବ ବର୍ଷା
Samaya Live News Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଗଭୀର ଅବପତ୍ର ରୂପ ନେଇଛି । ଏହି ଗଭୀର ଅବପାତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମି ୫ଦିନ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ବିଶେଷକରି ପ୍ରବଳ ବର୍ଷା ଲାଗି ବାଲେଶ୍ୱର ଏବଂ ମୟୁରଭଞ୍ଜ ପାଇଁ ରେଡ ୱାର୍ଣ୍ଣିଂ ଜାରି ରହିଛି । ଗତ ୬ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ହୋଇଛି ।

ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ମୟୂରଭଞ୍ଜ ଜିଲାପାଳ ଜିଲାର ସମସ୍ତ ସରକାରୀ ଏବଂ ଘରୋଇ ବିଦ୍ୟାଳୟ (ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ), ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି । ଜିଲାରେ ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସମସ୍ତ ପ୍ରଧାନଶିକ୍ଷକ, ଅଧ୍ୟକ୍ଷ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଶ୍ରେଣୀର ହ୍ବାଟ୍ସଆପ୍ ଗ୍ରୁପ୍, ଫୋନ୍ କଲ୍, ଏସ୍‌ଏମ୍‌ଏସ୍‌ ଆଦି ମାଧ୍ୟମରେ ବିଦ୍ୟାଳୟ ବନ୍ଦ ନେଇ ସମସ୍ତ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କୁ ଜଣାଇବେ ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଟି ଦୀପ ଡିପ୍ରେସନ ର ରୂପ ନେଇ ୩ କିଲୋମିଟର ବେଗରେ ଧୀରେ ଧୀରେ ଉତ୍ତର ଆଡ଼କୁ ଗତି କରି ଅଧିକ ଘନୀଭୂତ ହୋଇଛି । ସାଗର ଦ୍ୱୀପଠାରୁ ପ୍ରାୟ ୪୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ଥିଲା । ଉପକୂଳ ଆଡ଼କୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଗଭୀର ଅବପାତ ଆଜି ପୂର୍ବାହ୍ନରୁ ମଧ୍ୟାହ୍ନ ମଧ୍ୟରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିପାରେ ।

ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ବିକ୍ଷିପ୍ତ ଭାବେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୨୯ ତାରିଖ ଯାଏ ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗର କିଛି ସ୍ଥାନରେ ମଧ୍ୟ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

 

Tags: