୨୪ ଘଣ୍ଟା ମଧ୍ୟରେ ବଢିବ କାଳ ବୈଶାଖୀ ବର୍ଷା,୧୩ ଟି ଜିଲ୍ଲାକୁ ହାଇ ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ବଦଳୁଛି ପାଣିପାଗ ଇ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ପାଣିପାଗ ବିଭାଗ I ଆଜି ଠାରୁ ଆଗାମୀ ୩ ଦିନ ଯାଏଁ ରାଜ୍ୟର ୨୫ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି I ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ପଶ୍ଚିିମ ଓଡ଼ିଶାର ୨୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ବଦଳୁଛି ପାଣିପାଗ ଇ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ପାଣିପାଗ ବିଭାଗ I ଆଜି ଠାରୁ ଆଗାମୀ ୩ ଦିନ ଯାଏଁ ରାଜ୍ୟର ୨୫ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି I ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ପଶ୍ଚିିମ ଓଡ଼ିଶାର ୨୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ବେଳେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି ବୋଲି ଆଜି (ମଙ୍ଗଳବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସତର୍କ ସୂଚନାନୁଯାୟୀ,ଅଗଷ୍ଟ ୨୪ ତାରିଖ ଠାରୁ ରାଜ୍ୟର ୨୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି I ଏହି ଜିଲ୍ଲା ଗୁଡିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ରହିଛି ଇ ଏହାବାଦ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଖୋର୍ଦ୍ଧା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

Tags: