ଅକ୍ଟୋବର ୩୦ ଯାଏଁ ଓଡିଶା ରେ ବର୍ଷା
ଭୁବନେଶ୍ୱର : ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅକ୍ଟୋବର ୨୭ରୁ ବର୍ଷା ଆରମ୍ଭ ହେବ। ଏହା ଅକ୍ଟୋବର ୩୦ ଯାଏଁ ଜାରି ରହିବ। ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ ରହିବ। ଏଥି ସହିତ ଝଟକା ପବନର ବେଗ ଘଣ୍ଟା ପିଛା ୮୦ ପର୍ଯ୍ୟନ୍ତ ହୋଇପାରେ। ରାଜ୍ୟରେ ଥିବା ବନ୍ଦରଗୁଡ଼ିକୁ ୩ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। […]
ଭୁବନେଶ୍ୱର : ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅକ୍ଟୋବର ୨୭ରୁ ବର୍ଷା ଆରମ୍ଭ ହେବ। ଏହା ଅକ୍ଟୋବର ୩୦ ଯାଏଁ ଜାରି ରହିବ। ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ ରହିବ। ଏଥି ସହିତ ଝଟକା ପବନର ବେଗ ଘଣ୍ଟା ପିଛା ୮୦ ପର୍ଯ୍ୟନ୍ତ ହୋଇପାରେ। ରାଜ୍ୟରେ ଥିବା ବନ୍ଦରଗୁଡ଼ିକୁ ୩ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।
ସେପଟେ,’ମୋନ୍ଥା’ର ପ୍ରଭାବକୁ ନେଇ ରାଜସ୍ବ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ ଲୋକସଭା ଭବନରେ ସମୀକ୍ଷା କରିଛନ୍ତି । ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର, କୃଷି ସଚିବ ଓ ଅଗ୍ନିଶମ ଡିଜିଙ୍କ ସହ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି । ସେ କହିଛନ୍ତି, ବାତ୍ୟା ପାଇଁ ସ୍କୁଲ ଛୁଟି ନେଇ ଆସନ୍ତାକାଲି ନିଷ୍ପତ୍ତିି ନିଆଯିବ। ଆଜି ସମସ୍ତ ସରକାରୀ କର୍ମଚାରୀ ଅଫିସରେ ରହିବେ। ଅଧିକାରୀଙ୍କ ଛୁଟି ବାତିଲ ନେଇ କାଲି ନିଷ୍ପତ୍ତି ହେବ। କେବଳ ଗଞ୍ଜାମ ଜିଲ୍ଲା ପାଇଁ ୨୭,୨୮ ଦୁଇ ଦିନ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ ବୋଲି ସ୍ଥାନୀୟ ପ୍ରଶାସନ ନିର୍ଦେଶ ଦେଇଛି ।




