ଭିଜିଲାନ୍ସ ନଜରରେ କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନର, ଘର ଓ ଅଫିସରେ ଚଢ଼ାଉ ଜାରି

ଭୁବନେଶ୍ବର: କିଛି ଦିନ ହେବ ଆକ୍ସନ ମୋଡରେ ଭିଜିଲାନ୍ସ ନଜର ଆସୁଛି। ଆଜି କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ଉପରେ ଭିଜିଲାନ୍ସ ଚଢ଼ାଉ କରିଛି। ଏକକାଳୀନ ଭାବେ କମିସନରଙ୍କ ଯାଜପୁର ରୋଡ ସ୍ଥିତ ଘର ସମେତ କଟକ ଓ ଭୁବନେଶ୍ୱରରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ପୀୟୂଷକାନ୍ତ ପାଣିଙ୍କ ଘର ଓ ଅଫିସରେ ଚଢ଼ାଉ ଜାରି ରହିଛି। ଚଢାଉରେ […]

Samaya Live Picture
Published On

ଭୁବନେଶ୍ବର: କିଛି ଦିନ ହେବ ଆକ୍ସନ ମୋଡରେ ଭିଜିଲାନ୍ସ ନଜର ଆସୁଛି।

ଆଜି କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ଉପରେ ଭିଜିଲାନ୍ସ ଚଢ଼ାଉ କରିଛି। ଏକକାଳୀନ ଭାବେ କମିସନରଙ୍କ ଯାଜପୁର ରୋଡ ସ୍ଥିତ ଘର ସମେତ କଟକ ଓ ଭୁବନେଶ୍ୱରରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ପୀୟୂଷକାନ୍ତ ପାଣିଙ୍କ ଘର ଓ ଅଫିସରେ ଚଢ଼ାଉ ଜାରି ରହିଛି।

ଚଢାଉରେ ଜଣେ ଡିଏସପି, ୧୧ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି।

ମିଳିଥିବା ସୂଚନା ଅନସାରେ, ତାଙ୍କର ବ୍ୟାସନଗରର ଚୋରଦା ଛକଠାରେ ଥିବା ୨ଟି ତିନିମହଲା କୋଠା ଓ ୧ ଏକମହଲା କୋଠା, ରାଜଧାନୀର ଚକେଇସିଆଣିଠାରେ ଏକ ତିନିମହଲା କୋଠା, ଅନ୍ଧାରୁଆଠାରେ ୫ଟି ପ୍ଲଟ୍, ସଅଁପୁର ଓ ସୁନ୍ଦରପଦା ମୌଜାରେ ବି ପ୍ଲଟ୍ ଠାବ କରାଯାଇଛି।