ରାଜ୍ୟସଭା ନାମାଙ୍କନ ପ୍ରତ୍ୟାହାର କରିବେ ଜଗନ୍ନାଥ
ଭୁବନେଶ୍ୱର : ରାଜ୍ୟସଭା ନାମାଙ୍କନ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ । ରାଜ୍ୟ ସଭା ପାଇଁ ସ୍ବାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଥିଲେ ଜଗନ୍ନାଥ । ହେଲେ ମଙ୍ଗଳବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବା ପାଇଁ ଜଗନ୍ନାଥ ପ୍ରଧାନ ଏହି ସୂଚନା ଦେଇଛନ୍ତି। ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟପକ୍ଷେ […]
ଭୁବନେଶ୍ୱର : ରାଜ୍ୟସଭା ନାମାଙ୍କନ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ । ରାଜ୍ୟ ସଭା ପାଇଁ ସ୍ବାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଥିଲେ ଜଗନ୍ନାଥ । ହେଲେ ମଙ୍ଗଳବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବା ପାଇଁ ଜଗନ୍ନାଥ ପ୍ରଧାନ ଏହି ସୂଚନା ଦେଇଛନ୍ତି।
ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟପକ୍ଷେ ମମତା ମହାନ୍ତଙ୍କ ନାଁ ବିଜେପି ଘୋଷଣା କରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ମମତା ନାମାଙ୍କନ ଦାଖଲ କରିଥିଲେ । ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ।
ସୂଚନାନୁସାରେ,ଗତ ସାଧାରଣ ନିର୍ବାଚନରେ ଜଗନ୍ନାଥ ଭୁବନେଶ୍ୱର ମଧ୍ୟ ଆସନରୁ ବିଜେପି ପ୍ରାର୍ଥୀ ହୋଇଥିଲେ। ତେବେ ସେ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଠାରୁ ମାତ୍ର ୩୭ ଖଣ୍ଡ ଭୋଟରେ ସେ ପରାଜିତ ହୋଇଥିଲେ।




