୭ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ପୁରୀ : ଶ୍ରୀ ମନ୍ଦିରରେ ଦୋଳ ଉତ୍ସବ ଉପଲକ୍ଷେ ୭ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ କାର୍ଯ୍ୟ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ […]

Samaya Live Picture
Published On

ପୁରୀ : ଶ୍ରୀ ମନ୍ଦିରରେ ଦୋଳ ଉତ୍ସବ ଉପଲକ୍ଷେ ୭ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ କାର୍ଯ୍ୟ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଆସନ୍ତା ୯ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ସାତ ଦିନ ଧରି ରତ୍ନଭଣ୍ଡାର ସଂରକ୍ଷଣ ତଥା ମରାମତି କାର୍ଯ୍ୟ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Tags: