ରାମନବମୀରେ ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ରାମନବମୀରେ ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ
Samaya Live News Picture
Published On

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ଉଲ୍ଲାସର ସହ ପାଳିତ ହେବ ଶ୍ରୀରାମ ନବମୀ । ରାମନବମୀ ଅବସରରେ ଆଇନଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ମଙ୍ଗଳବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଲେ ମର୍ଯ୍ୟାଦା ପୁରୁଷ ଶ୍ରୀରାମ ଚନ୍ଦ୍ରଙ୍କ ସ୍ୱନକ୍ଷତ୍ର ଦିବସକୁ ଶ୍ରୀରାମ ନବମୀ ଭାବରେ ସାରା ଦେଶରେ ଅତ୍ୟନ୍ତ ଭକ୍ତି ଓ ଶ୍ରଦ୍ଧାର ସହ ପାଳିତ କରାଯାଏ । ଆଧ୍ୟାତ୍ମିକତାର ଏହି ପର୍ବ ଓଡ଼ିଶାରେ ଭକ୍ତ ଓ ଶ୍ରଦ୍ଧାଳୁ ଯେପରି ବିନା କୌଣସି ଦ୍ୱିଧାରେ ସମ୍ପୂର୍ଣ୍ଣ ଭାବେ ଶାନ୍ତିର ସହ ପାଳନ କରିବେ ତାହା ସୁନିଶ୍ଚିତ କରିବା ପୁଲିସ ପ୍ରଶାସନର ଦାୟିତ୍ୱ। ତେଣୁ , ଏହି ସମୟରେ ସମସ୍ତେ ଯେପରି ସୁରୁଖୁରୁରେ ପର୍ବ ପାଳନ କରିବେ, ସେଥିପ୍ରତି ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବ୍ୟାପକ ପୁଲିସ ମୁତୟନ ସହ ଉପଯୁକ୍ତ ପରିଚାଳନା ମାଧ୍ୟମରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ।

Tags: