ଏସସିବି ରୁ ଶିଶୁ ନିଖୋଜ ଘଟଣାରେ ଆରଡିସି ତଦନ୍ତ ନିର୍ଦେଶ
କଟକ : ଏସସିବିରେ ୧୪ ଶିଶୁ ବିକ୍ରି ପ୍ରସଙ୍ଗ। ଏସ୍ସିବି ଅଧୀକ୍ଷକଙ୍କୁ ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ। କଟକ ବଡ ମେଡିକାଲ ରେ ୬ ବର୍ଷ ଭିତରେ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ସନ୍ତାନ ପ୍ରସବ କରିଥିବା ଅସହାୟ ତଥା ମାନସିକ ନ୍ୟୂନ ମହିଳାଙ୍କ ୧୪ଜଣ ଶିଶୁଙ୍କ ପତ୍ତା ମିଳୁ ନଥିବା ଅଭିଯୋଗ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଏହାକୁ ନେଇ ତନାଘନା ଆରମ୍ଭ ହୋଇଛି। କେନ୍ଦ୍ରାଞ୍ଚଳ ଆର୍ଡିସି ଏସ୍ସିବି ଅଧୀକ୍ଷକଙ୍କୁ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଆର୍ଡିସି ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି। ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ କି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ସେନେଇ ଏକ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆରଡିସି ।
Tags:




