ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀଙ୍କ ନିଯୁକ୍ତି
ଭୁବନେଶ୍ୱର: ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍ଫେରିନ୍ସି ମାଧ୍ୟମରେ ଏକସଙ୍ଗେ ଭୁବନେଶ୍ୱରର ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ଜୟଦେବ ଭବନଠାରେ ଆୟୋଜିତ ହୋଇଥିଲା । ସମସ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଭିଡିଓ କନଫରେନସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ […]
ଭୁବନେଶ୍ୱର: ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍ଫେରିନ୍ସି ମାଧ୍ୟମରେ ଏକସଙ୍ଗେ ଭୁବନେଶ୍ୱରର ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ଜୟଦେବ ଭବନଠାରେ ଆୟୋଜିତ ହୋଇଥିଲା । ସମସ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଭିଡିଓ କନଫରେନସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ଦ୍ୱାରା ମୋଟ ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନୂତନ ଭାବରେ ନିଯୁକ୍ତ ହୋଇଥିବା ସୂଚନା ଏହି କାର୍ଯ୍ୟକ୍ରମରେ ଦିଆଯାଇଥିଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ ଓ ଏହାର ଗ୍ରାମାଞ୍ଚଳରେ ୭୦ ପ୍ରତିଶତରୁ ଅଧିକ ଲୋକ ବିଭିନ୍ନ ଚାଷ କାର୍ଯ୍ୟରେ ନିୟୋଜିତ ଅଛନ୍ତି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ମାଧ୍ୟମରେ ନିଜର ଆୟ ବୃଦ୍ଧି କରିପାରୁଛନ୍ତି । ରାଜ୍ୟ ସରକାର ଏହି କୃଷକଙ୍କ ଜୀବନକୁ ଅଧିକ ଆରାମଦାୟକ କରିବା, ରୋଜଗାର ବଢାଇବା ଏବଂ ସେମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି । ସେଥିପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରକୁ କୃଷକ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଏବଂ ଉଦ୍ୟୋଗୀମାନଙ୍କ ପାଇଁ ଅଭିବୃଦ୍ଧିର ଏକ ଇଞ୍ଜିନ ଭାବରେ ଚିହ୍ନଟ କରାଯାଇଛି ବୋଲି ସେ କହିଥିଲେ ।
ମୁଖ୍ୟମନ୍ତ୍ରୀ ଆହୁରୀ କହିଥିଲେ ଯେ, ଗ୍ରାମାଞ୍ଚଳରେ ଲୋକଙ୍କ ପ୍ରୋଟିନ କ୍ୟାଲୋରୀ ଆବଶ୍ୟକତା ପୂରଣ କରିବା, ପୁଷ୍ଟିସାଧନ ଓ ସର୍ବୋପରି ଖାଦ୍ୟ ସୁରକ୍ଷା ପାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରର ସ୍ୱତନ୍ତ୍ର ଭୂମିକା ରହିଛି । ତେଣୁ ଏହି ବିଭାଗର ଅଧିକାରୀମାନେ ସେମାନଙ୍କ ଦାୟିତ୍ୱ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଅନୁଭବ କରିବା ଉଚିତ ବୋଲି ସେ ମତ ଦେଇଥିଲେ ।
୫-ଟି ଉପକ୍ରମ ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା, ଟିମ୍ ସ୍ପିରିଟ୍ରେ କାମ କରିବା ଓ ବୈଷୟିକ ଜ୍ଞାନର ପ୍ରୟୋଗ ଦ୍ୱାରା ତୃଣମୂଳ ସ୍ତରରେ ପ୍ରକୃତ ପରିବର୍ତ୍ତନକୁ ସୁନିଶ୍ଚିତ କରିହେବ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ପାଇଁ ରାସ୍ତା ତିଆରି ହୋଇପାରିବ । ନବନିଯୁକ୍ତ କର୍ମଚାରୀମାନେ ସ୍ୱଚ୍ଛତା ବଜାୟ ରଖିବା ସହ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଥିଲେ ।
ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ୱ ଯୋଗୁ ଆଜି ରାଜ୍ୟରେ ପ୍ରାଣୀଜ ଉତ୍ପାଦନ ବୃଦ୍ଧି ପାଇଛି । ଗତ ୨୦ ବର୍ଷ ମଧ୍ୟରେ ରାଜ୍ୟରେ ଦୁU ଉତ୍ପାଦନ ୩ ଗୁଣ, ମାଂସ ଉତ୍ପାଦନ ୬ ଗୁଣ, ଅଣ୍ଡା ୩ ଗୁଣ ଓ ମାଛ ଉତ୍ପାଦନ ୪ ଗୁଣ ବୃଦ୍ଧି ପାଇଛି । ଏହି ନୂତନ ନିଯୁକ୍ତି ରାଜ୍ୟରେ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ନିୟୋଜିତ ‘ାଷୀଙ୍କ ଜୀବନରେ ଖୁସି ଏବଂ ପରିବର୍ତ୍ତନ ଆଣିପାରିବ ବୋଲି ସେ ଆଶାପ୍ରକାଶ କରିଥିଲେ ।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ, ରାଜ୍ୟରେ ନିଯୁକ୍ତି କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ରାଜ୍ୟରେ ବିଭିନ୍ନ କମିଶନ ଓ ବିଭାଗ ଦ୍ୱାରା ପ୍ରତି ମାସରେ ହଜାର ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ଦିଆଯାଉଛି ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ନବନିଯୁକ୍ତ କର୍ମଚାରୀ ଓ ଅଧିକାରୀ – ସହକାରୀ ପ୍ରାଣୀ ଚିକିତ୍ସକ ଡଃ ରିଷି ନନ୍ଦ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଶୁଭଶ୍ରୀ ସୌଭାଗ୍ୟଲକ୍ଷ୍ମୀ ବାରିକ ଓ ପ୍ରାଣୀଧନ ନିରୀକ୍ଷକ ସନ୍ତୋଷ କୁମାର ସାହୁ ପ୍ରମୁଖ ନିଯୁକ୍ତି ପ୍ରକ୍ରିୟାରେ ନିଜର ଅଭିଜ୍ଞତା ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରାମର୍ଶ ଦେଇ କହିଲେ ଯେ, ସେମାନେ ଯେଭଳି ଏକ ସ୍ୱଚ୍ଛ ପ୍ରକ୍ରିୟାରେ ନିଯୁକ୍ତି ପାଇ ନିଜର ଦକ୍ଷତାର ପରିଚୟ ଦେଇପାରିଛନ୍ତି, ସେହିଭଳି ଚାକିରୀ କ୍ଷେତ୍ରରେ ମଧ୍ୟ ସ୍ୱଚ୍ଛତା ବଜାୟ ରଖି ରାଜ୍ୟବାସୀଙ୍କ ସେବା କରିବା ଜରୁରୀ । ରାଜ୍ୟରେ ପ୍ରାଣୀଜ ସଂପଦ ବୃଦ୍ଧି କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ହୋଇଛି ଏବଂ ଚାଷୀମାନଙ୍କ ରୋଜଗାର ଦୁଇ ଗୁଣ ବୃଦ୍ଧି ପାଇଁ ପ୍ରାଣୀସଂପଦର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।
ସୂଚନାଯୋଗ୍ୟ ଯେ, ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ଗ୍ରାମୀଣ ପରିବାରକୁ ଜୀବିକା, ରୋଜଗାର, ପ୍ରୋଟିନ୍ ସପ୍ଲିମେଣ୍ଟେସନ୍ ଏବଂ ଖାଦ୍ୟ ନିରାପତ୍ତା ଯୋଗାଉଥିବାରୁ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ ଏବଂ ମତ୍ସ୍ୟ ବିଶେଷଜ୍ଞଙ୍କ ଭୂମିକା ଅପରିହାର୍ଯ୍ୟ ହୋଇପଡିଛି । ପ୍ରାଣୀ ସ୍ୱାସ୍ଥ୍ୟସେବା ପରିଚାଳନା, ଗ୍ରାମାଞ୍ଚଳ ଲୋକମାନଙ୍କ ଜୀବିକା, ବିଶେଷକରି ମହିଳା ଏବଂ ଶିଶୁମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ସୁରକ୍ଷିତ କରିବା ପାଇଁ ପ୍ରାଣୀ ଚିକିତ୍ସକମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କନିଷ୍ଠ ଯନ୍ତ୍ରୀ ମାନେ ରାଜ୍ୟରେ ମାଛ ଉତ୍ପାଦନ ବୃଦ୍ଧି ପାଇଁ ଭିତ୍ତିଭୂମି ନିର୍ମାଣରେ ସହଯୋଗ କରନ୍ତି ।




