ବର୍ଷା ନେଇ ୫ ଜିଲ୍ଲାକୁ ରେଡ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି I ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି I ସୂଚନାନୁସାରେ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କ ଲୋ ପ୍ରେସରର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି I ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି I ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି I
ସୂଚନାନୁସାରେ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କ ଲୋ ପ୍ରେସରର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି I ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି I ସେପଟେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀରରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନାକୁ ନେଇ ରେଡୱାର୍ଣ୍ଣିଂ ଜାରି ହୋଇଛି I ଅନ୍ୟପଟେ ୭୦ରୁ ୨୦୦ ମିଲିମିଟର ବର୍ଷା ନେଇ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୋଳ ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି I ତେବେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ମଧ୍ୟ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ I ବର୍ଷା ସମୟରେ ଦକ୍ଷିଣ ଓଡ଼ିଶାର ନଦୀଗୁଡ଼ିକ ଫୁଲିବ ଏବଂ କିଛି ସ୍ଥାନରେ ଭୂସ୍ଖଳନ ହେବା ନେଇ ମଧ୍ୟ ସତର୍କତା ଜାରି କରାଯାଇଛି I ଲଘୁଚାପଜନିତ ବର୍ଷା ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ I ୧୭ ଏବଂ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହ ପୁଣି ୧୯ ତାରିଖରୁ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ଆକଳନ କରିଛି I ସେପଟେ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯିବା ପରେ ସ୍ୱତନ୍ତ୍ର ରିଲିଫ କମିଶନର ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ସ୍ଥିତିର ସମୀକ୍ଷା କରିଛନ୍ତି I ସଂପୃକ୍ତ ଜିଲ୍ଲାଗୁଡ଼ିକରେ ଆଗୁଆ ପଦକ୍ଷେପ ନେବାକୁ ଏସଆରସି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି I

Tags: