ପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ ୱାର୍ଣ୍ଣିଂ
ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆହୁରି ବଳୁଆ ହେବ । ଗୁରୁବାର ଏହା ଅବପାତର ରୂପ ନେବ । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସମ୍ଭାବ୍ୟ ଅବପାତ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ମୁହାଁଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷାରୁ ତ୍ରାହି ପାଇବ ନାହିଁ । ଉତ୍ତର ଓଡ଼ିଶା, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ, ଆଗାମୀ ୨୪ଘଣ୍ଟା ଯାଏଁ ବର୍ଷାରୁ ନିସ୍ତାର ମିଳିବ ନାହିଁ । ପ୍ରବଳ ବର୍ଷାରେ ଷ୍ଟିଲସିଟି ରାଉରକେଲାରେ ସ୍ଥିତି ବେହାଲ ହୋଇଛି । ସହରର ତଳି ଅଞ୍ଚଳ ସମ୍ପୂର୍ଣ୍ଣ ଜଳବନ୍ଦୀ ଘେରରେ ରହିଥିବାବେଳେ ପାହାଡ଼ରୁ ନାଲିପାଣି ବୋହି ଆସୁଛି । ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ୧୫ ଓ ୧୬ ତାରିଖରେ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୨୯.୪, ଫୁଲବାଣୀରେ ୨୬.୮, ମାଲକାନଗିରିରେ ୨୬.୬, ନବରଙ୍ଗପୁରରେ ୨୧.୨ ମିମି ବର୍ଷା ରେକର୍ଡ ହୋଇଛି ।




