ଔଷଧ ଦୋକାନରେ ଇଞ୍ଜେକ୍ସନ ଫୋଡିବା ମନା

ଭୁବନେଶ୍ୱର : ଏଣିକି ଔଷଧ ଦୋକାନୀ ରୋଗୀଙ୍କୁ ଫୋଡି ପାରିବେ ନାହିଁ ଇଞ୍ଜେକ୍ସନ । ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଏହା ନହେଲେ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଔଷଧ ଦୋକାନୀମାନେ ଇଞ୍ଜେକ୍ସନ ଫୋଡିବାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର । ଏନେଇ ସ୍ବାସ୍ଥ୍ୟ ବିଭାଗ ସବୁ ସିଡିଏମଓଙ୍କୁ ଚିଠି କରିଛନ୍ତି । ଚିଠିରେ ସରକାରଙ୍କ ପକ୍ଷରୁ କୁହାଯାଇଛି, ଅଣତାଲିମପ୍ରାପ୍ତ ଓ ନନ୍ ପ୍ରାକ୍ଟିସନରମାନେ ରୋଗୀଙ୍କୁ […]

ଔଷଧ ଦୋକାନରେ ଇଞ୍ଜେକ୍ସନ ଫୋଡିବା ମନା
Samaya Live Picture
Published On

ଭୁବନେଶ୍ୱର : ଏଣିକି ଔଷଧ ଦୋକାନୀ ରୋଗୀଙ୍କୁ ଫୋଡି ପାରିବେ ନାହିଁ ଇଞ୍ଜେକ୍ସନ । ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଏହା ନହେଲେ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଔଷଧ ଦୋକାନୀମାନେ ଇଞ୍ଜେକ୍ସନ ଫୋଡିବାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର । ଏନେଇ ସ୍ବାସ୍ଥ୍ୟ ବିଭାଗ ସବୁ ସିଡିଏମଓଙ୍କୁ ଚିଠି କରିଛନ୍ତି ।

ଚିଠିରେ ସରକାରଙ୍କ ପକ୍ଷରୁ କୁହାଯାଇଛି, ଅଣତାଲିମପ୍ରାପ୍ତ ଓ ନନ୍ ପ୍ରାକ୍ଟିସନରମାନେ ରୋଗୀଙ୍କୁ ଇଞ୍ଜେକ୍ସନ ଫୋଡ଼ୁଥିବା ନେଇ ବିଭିନ୍ନ ଅଞ୍ଚଳରୁ ଅଭିଯୋଗ ଆସୁଛି । ତାଲିମପ୍ରାପ୍ତ ସ୍ୱାସ୍ଥ୍ୟକର୍ମୀ ଓ ଆବଶ୍ୟକ ମେଡିକାଲ ସୁବିଧା ଥିବା ସ୍ଥାନରେ ହିଁ ଇଞ୍ଜେକସନ ଦିଆଯିବା ଉଚିତ । ଏହାଫଳରେ କୌଣସି ପାର୍ଶ୍ବପ୍ରତିକ୍ରିୟାର ସାଙ୍ଗେ ସାଙ୍ଗେ ମୁକାବିଲା କରାଯାଇପାରିବ । ଏଭଳି ସ୍ଥିତି ରୋକିବାକୁ ନିୟମିତ ସମୟ ବ୍ୟବଧାନରେ ଘରୋଇ ମେଡିସିନ୍ ଷ୍ଟୋରଗୁଡ଼ିକର ଲାଇସେନ୍ସ ଅପ୍-ଟୁ-ଡେଟ୍ ଅଛି କି ନାହିଁ, ତାହା ଯାଞ୍ଚ ପାଇଁ ସବୁ ସିଡିଏମ୍ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସତ୍ତ୍ୱେ ଯଦି ଆଗକୁ ଏ ନେଇ କୌଣସି ଅଭିଯୋଗ ଆସେ, ତାହେଲେ ରାଜ୍ୟ ଭେଷଜ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଔଷଧ ଦୋକାନଗୁଡିକରେ ଯାଞ୍ଚ କରାଯିବା ସହ ଏହାର ରିପୋର୍ଟ ସ୍ବାସ୍ଥ୍ୟ ବିଭାଗକୁ ପଠାଇବାକୁ କୁହାଯାଇଛି ।

Tags: