ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ହସ୍ପିଟାଲରେ ଭର୍ତ୍ତି

ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ହସ୍ପିଟାଲରେ ଭର୍ତ୍ତି

କଟକ :  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର। ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଗତକାଲି ଭୁବନେଶ୍ୱରରେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଗୀତା ପଟ୍ଟନାୟକ । ତେବେ ସେଠାରେ ସେ ହଠାତ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ମସ୍ତିସ୍କାଘାତ ହୋଇଥିବା ଜଣାପଡିଥିଲା । ପରବର୍ତ୍ତୀ ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା I ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି ।

ସମ୍ବନ୍ଧିତ ଖବର ଯାତ୍ରାଦେଖା କୁ ନେଇ ଜଟଣୀରେ ବୋମାମାଡ଼, ୨ ଆହତ

 

ସମ୍ବନ୍ଧିତ ଖବର ଅପହରଣ ପରେ ୫ ବର୍ଷର ଶିଶୁକୁ ଗଳାକାଟି ହତ୍ୟା

Tags: